କାହିଁକି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା: କ’ଣ ହେଲା ଆଲୋଚନା, ଅପରାଜିତା କହିଲେ…

ଭୁବନେଶ୍ୱର,୧୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ତେବେ ସେ ସଂସଦୀୟ କ୍ଷେତ୍ରରେ ଅଟକି ରହିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ଭୁବନେଶ୍ୱର ସହରର ଡ୍ରେନେଜ ସମସ୍ୟା ସହ ୪ଟି ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରି ଲିଖିତ ଜଣାଇଛନ୍ତି। ଜଟଣୀ ବିଞ୍ଝାଗିରୀରେ ୨୦ ଏକରରେ ସେଣ୍ଟ୍ରାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ଅପ୍‌ ୟୋଗା ଆଣ୍ଡ ନ୍ୟାଚୁରୋପାଥି ପ୍ରତିଷ୍ଠା ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ପ୍ରତିଷ୍ଠାନ ପାଇଁ କେନ୍ଦ୍ର ଆୟୁଷ ବିଭାଗ ପକ୍ଷରୁ ପୂର୍ବରୁ ଅନୁଦାନ ସହ ଅନୁମୋଦନ ବି ମିଳିସାରିଛି।
ସେହିପରି ଗତ ୧୦ ତାରିଖରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାବତଙ୍କୁ ଭେଟି ଭୁବନେଶ୍ୱରରେ ନ୍ୟାସନାଲ ଗ୍ୟାଲେରୀ ଅଫ ମର୍ଡନ ଆର୍ଟ ପ୍ରତିଷ୍ଠା ସମ୍ପର୍କରେ ପ୍ରସ୍ତାବ ମଧ୍ୟ ରଖିଥିଲେ। ଏହି ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ଅପରାଜିତା। ଏହାବ୍ୟତୀତ ଖୋର୍ଦ୍ଧାସ୍ଥିତ ଉଗ୍ରତାରାଙ୍କ ମନ୍ଦିର ପାଇଁ ଆବଶ୍ୟକ ୨୦ ଏକର ଜମି ଯୋଗାଇ ନ ଦେବାରୁ କାମ ଅଟକି ରହିଥିବାବେଳେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି।
ପଳାଶୁଣି ନିକଟରେ ହୋଲସେଲ ମାଛ ମାର୍କେଟ ହୋମ ପାଇଁ ଜମି ଚିହ୍ନଟ ହୋଇଥିଲେ ବି ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନି। ଫଳରେ ଅନୁଦାନ ଖର୍ଚ୍ଚ ନହୋଇ ପଡ଼ିରହିଛି । ତେବେ ତୁରନ୍ତ ଫାଇନାଲ ଡିପିଆର୍‌ ପାଇଁ ବିଏମ୍‌ସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଅପରାଜିତା ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।
ଅନ୍ୟପକ୍ଷେ ଅପରାଜିତା କହିଛନ୍ତି, ପୂର୍ବ ସରକାରଙ୍କ ଅପାରଗତା ପାଇଁ ଏସବୁ ପ୍ରକଳ୍ପ ଅଧପନ୍ତରିଆ ହୋଇପଡ଼ିରହିଛି ତେବେ ଏନେଇ ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?