୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର ପାତ୍ର କହିଛନ୍ତି ଯେ, ଗତଥର ପୁରୀ ସଦରରେ ଏମପି ପ୍ରାର୍ଥୀଙ୍କୁ ୯ ହଜାର ଅଧିକ ଭୋଟ ମିଳିଥିଲା । ହେଲେ ପୁରୀ ସହରରୁ ୧୩ ହଜାର ଭୋଟ କମ ମିଳିଥିଲା ।

ସେହିପରି ବିଧାୟକ ପ୍ରାର୍ଥୀଙ୍କୁ ସଦରରୁ ୨ ହଜାର ଓ ଏମପି ପ୍ରାର୍ଥୀଙ୍କୁ ପୁରୀ ସହରରୁ ୨୪ ହଜାର ଭୋଟ କମ ମିଳିଥିଲା । ଯେଉଁ କାରଣରୁ ପୁରୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ହାରିଥିଲେ । ସେପଟେ ଆଗାମୀ ନିର୍ବାଚନରେ ବିଜେଡି କିପରି ଉଭୟ ବିଧାନସଭା ଓ ଲୋକ ସଭା ଆସନ ଜିତିବ, ସେ ନେଇ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ରଣନୀତି । ଆଉ ଏହାର ମଙ୍ଗ ଧରିଛନ୍ତି ରାଜ୍ୟ ସଭା ଏମପି ଶୁଭାଶିଷ ଖୁଣ୍ଟିଆ । ଉଭୟ ପୁରୀ ଲୋକ ସଭା ଓ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ସଂକଳ୍ପ କରିଛନ୍ତି ଯୁବ ଓ ଛାତ୍ର ବିଜେଡି ନେତା ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri