କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସି ଜିନପିଙ୍ଗ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ନୂତନ ଅବସର ନୀତି ଆସନ୍ତା ବର୍ଷ ଜାନୁୟାରୀ ୧ ରୁ କାର୍ଯ୍ୟକାରୀ ହେବ। ତଥାପି, ଏବେ ଚାଇନା ସର୍ବ କନିଷ୍ଠ ବା ଯୁବା କର୍ମଚାରୀ ଥିବା ଦେଶମାନଙ୍କ ମଧ୍ୟରେ ଗଣନା କରାଯାଏ।
ଚାଇନା ପ୍ରଧାନମନ୍ତ୍ରୀ ସି ଜିନପିଙ୍ଗଙ୍କ ନୂତନ ଅବସର ନୀତି ଅନୁଯାୟୀ ବର୍ତ୍ତମାନ ଚାଇନାରେ ପୁରୁଷ କର୍ମଚାରୀମାନେ ୬୦ବର୍ଷ ପରିବର୍ତ୍ତେ ୬୩ବର୍ଷରେ ଅବସର ନେବେ। ଯେଉଁଠାରେ ଅଫିସ କାମ କରୁଥିବା ମହିଳା କର୍ମଚାରୀମାନେ ୫୫ବଦଳରେ ୫୮ ବର୍ଷ ବୟସରେ ଅବସର ନେବେ ଏବଂ କାରଖାନା, ନିର୍ମାଣ କିମ୍ବା ଖଣି ପରି ସ୍ଥାନରେ କାମ କରୁଥିବା ମହିଳାମାନେ ୫୦ ବଦଳରେ ୫୫ ବର୍ଷ ବୟସରେ ଅବସର ନେବେ। ଅର୍ଥାତ୍‌ ଉଭୟଙ୍କ ଅବସର ବୟସ ତିନି ତିନି ବର୍ଷ ବୃଦ୍ଧି କରାଯାଇଛି।
ଜନସଂଖ୍ୟା ହ୍ରାସ, କର୍ମଚାରୀଙ୍କ ବୟସ ବୃଦ୍ଧି ଏବଂ ପେନ୍ସନ ବୋଝକୁ ଦୃଷ୍ଟିରେ ରଖି ସି ଜିନପିଙ୍ଗ ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଏକ ଆକଳନ ଅନୁଯାୟୀ, ବର୍ତ୍ତମାନ ଚାଇନାରେ ୬୦ବର୍ଷରୁ ଅଧିକ ପ୍ରାୟ ୩୦କୋଟି ଲୋକ ଅଛନ୍ତି। ୨୦୩୫ସୁଦ୍ଧା ସେମାନଙ୍କ ସଂଖ୍ୟା ୪୦କୋଟିକୁ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ସରକାରୀ ସଂଗଠନ ଚାଇନିଜ ଏକାଡେମୀ ଅଫ ସୋସିଆଲ ସାଇନ୍ସ ଆକଳନ କରିଛି ଯେ ଯଦି ସଂଶୋଧନମୂଳକ ପଦକ୍ଷେପ ନିଆ ନ ଯାଏ, ତେବେ ୨୦୩୫ସୁଦ୍ଧା ସେମାନଙ୍କୁ ପେନସନ ଦେବାକୁ ଅର୍ଥର ଅଭାବ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri