Posted inଜାତୀୟ

ସଡ଼କ ଦୁର୍ଘଟଣାକୁ ନେଇ ସଂସଦରେ ରିପୋର୍ଟ ଉପସ୍ଥାପନ ବେଳେ କାହିଁକି ଭାବୁକ ହେଲେ ଗଡ଼କରୀ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର ଲୋକ ସଭାରେ କହିଛନ୍ତି ଯେ ସଡ଼କ ଦୁର୍ଘଟଣା ସମ୍ପର୍କରେ ଭାରତର ରେକର୍ଡ ଏତେ ଖରାପ ଯେ ଏହାକୁ ବିଶ୍ୱ ସମ୍ମିଳନୀରେ ଲୁଚାଇବାକୁ ପଡୁଛି। ଗୃହରେ ପ୍ରଶ୍ନ କାଳ ସମୟରେ ସପ୍ଲିମେଣ୍ଟାରୀ ପ୍ରଶ୍ନର ଉତ୍ତର ଦେଉଥିବାବେଳେ ସେ କହିଛନ୍ତି ଯେ ତାଙ୍କ ମନ୍ତ୍ରଣାଳୟର ସମସ୍ତ ଉଦ୍ୟମ ସତ୍ତ୍ୱେ ସଡ଼କ ଦୁର୍ଘଟଣା କମିନାହିଁ ବରଂ ବୃଦ୍ଧି ପାଇଛି।
ଗଡକରୀ କହିଛନ୍ତି, ‘ଯେପର୍ଯ୍ୟନ୍ତ ସମାଜର ସମର୍ଥନ ନହୁଏ ସେପର୍ଯ୍ୟନ୍ତ ମାନବୀୟ ଆଚରଣରେ ପରିବର୍ତ୍ତନ ହୁଏ ନାହିଁ ଏବଂ ଆଇନର ଭୟ ନଥାଏ, ସଡ଼କ ଦୁର୍ଘଟଣାକୁ ରୋକାଯାଇପାରିବ ନାହିଁ। ତାଙ୍କ କହିବାନୁସାରେ, ଦେଶରେ ସଡ଼କ ଦୁର୍ଘଟଣା ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ପ୍ରତିବର୍ଷ ଏଭଳି ଦୁର୍ଘଟଣାରେ ୧.୭ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଉଛନ୍ତି।
ସେ କହିଛନ୍ତି ଯେ ଏତେ ସଂଖ୍ୟକ ଲୋକ ଯୁଦ୍ଧରେ କିମ୍ବା କୋଭିଡରେ କିମ୍ବା ଦଙ୍ଗାରେ ମରନ୍ତି ନାହିଁ। ସେ କହିଥିଲେ, ‘ଯେତେବେଳେ ମୁଁ ବିଶ୍ୱ ସମ୍ମିଳନୀକୁ ଯାଏ, ମୁଁ ମୁହଁ ଲୁଚାଇଥାଏ। ଆମର ମଇଳା ରେକର୍ଡ (ଦୁର୍ଘଟଣା) ପାଇଁ। ସଡ଼କ ଦୁର୍ଘଟଣାକୁ ରୋକିବା ଏବଂ ପରିବହନ ବିଭାଗ ସହାୟତାରେ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସେ ସାଂସଦମାନଙ୍କୁ କହିଥିଲେ।
ଗଡକରୀଙ୍କ ଅନୁଯାୟୀ, ନୀତି ଆୟୋଗ ରିପୋର୍ଟ କରିଛନ୍ତି ଯେ ଜୀବନ ରକ୍ଷାକାରୀ ଚିକିତ୍ସା ନ ପାଇ ସଡ଼କ ଦୁର୍ଘଟଣାରେ ପୀଡିତଙ୍କ ମଧ୍ୟରୁ ୩୦ପ୍ରତିଶତଙ୍କର ମୃତ୍ୟୁ ହେଉଛି। ସେ କହିଛନ୍ତି, ଚିକିତ୍ସା ପାଇଁ ଏକ କ୍ୟାସଲେସ ବା ନଗଦବିହୀନ ଯୋଜନା ଅଣାଯାଇଛି। ଏହି ପାଇଲଟ ପ୍ରକଳ୍ପ ଉତ୍ତରପ୍ରଦେଶରେ ଆରମ୍ଭ ହୋଇଛି, ଏହା ପରେ ଏହା ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ।
ଦେଶରେ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ ବ୍ୟବସ୍ଥାରେ ସଂସ୍କାର ଆଣିବା ଆବଶ୍ୟକ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ଯେଉଁ ଦେଶରେ ଡ୍ରାଇଭିଂ ଲାଇସେନ୍ସ ପାଇବା ସହଜ, ସେହି ଦେଶର ନାମ ହେଉଛି ଭାରତ। ଆମେ ଏହାକୁ ଉନ୍ନତ କରୁଛୁ । ଲୋକ ସଭା ବାଚସ୍ପତି ଓମ ବିର୍ଲା ସଦସ୍ୟମାନଙ୍କୁ ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ତଥା ସମାଜକୁ ଜାଗ୍ରତ କରିବା ପାଇଁ କାର୍ଯ୍ୟ କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?