କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ପ୍ରତ୍ୟେକ ଆତ୍ମହତ୍ୟା ପଛରେ କିଛି ନା କିଛି କାରଣ ରହିଥାଏ। ଏହି ଘଟଣାରେ ମଧ୍ୟ କୌଣସି ବ୍ୟକ୍ତିଗତ କାରଣ ଥାଇପାରେ, ତେବେ ପ୍ରକୃତ କାରଣ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ।

ସିପିଙ୍କ କହିବା ଅନୁଯାୟୀ, ଘଟଣା ପୂର୍ବରାତିରେ ବିୟୁଟି ମହାନ୍ତି ଘରକୁ ନଯାଇ ଥାନା କ୍ୱାର୍ଟର୍ସରେ ରହିଥିଲେ। ତାଙ୍କ ଅର୍ଡଲି ରାତ୍ରି ଭୋଜନ ନେଇ ଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ରିସିଭ୍‌ କରିନଥିଲେ। ଫଳରେ ସେ ରାତିରେ ଭୋଜନ କରିନଥିବା ଜଣାପଡ଼ିଛି।

ସେ ଆହୁରି କହିଛନ୍ତି ଯେ, ବିୟୁଟି ମହାନ୍ତି ଶାରୀରିକ ଓ ମାନସିକ ଭାବେ ଜଣେ ଦୃଢ଼ ଅଧିକାରୀ ଥିଲେ। ସେ କେବେ ବି କୌଣସି ବ୍ୟକ୍ତିଗତ କିମ୍ବା କାର୍ଯ୍ୟଗତ ସମସ୍ୟା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କୁ ଜଣାଇନଥିଲେ। କମିଶନରେଟ ପୋଲିସରେ ସେ ଭଲ କାମ କରୁଥିବା ସହ ସାଧାରଣ ଲୋକଙ୍କ ସହ ତାଙ୍କ ବ୍ୟବହାର ମଧ୍ୟ ଭଲ ଥିଲା। ତେଣୁ ତାଙ୍କ ମୃତ୍ୟୁ ପଛରେ ଥିବା ପ୍ରକୃତ କାରଣର ତଦନ୍ତ କରାଯିବ ବୋଲି ସିପି କହିଛନ୍ତି।

ସୂଚନାଯୋଗ୍ୟ, ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତି ନିଜ ସରକାରୀ କ୍ୱାର୍ଟର୍ସରେ ଝୁଲନ୍ତା ଅବସ୍ଥାରେ ମିଳିଥିଲେ। ଶନିବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବାବେଳେ ଶବ ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଯାଇଛି। ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବିୟୁଟି ମହାନ୍ତି ପୂର୍ବରୁ କଟକର ମର୍କତନଗର ମହିଳା ଥାନା ସମେତ ବିଭିନ୍ନ ଥାନାରେ ଥାନା ଅଧିକାରୀ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଅକାଳ ବିୟୋଗ ପୋଲିସ ବିଭାଗରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ ପୋଲିସ ସମସ୍ତ ଦିଗକୁ ନେଇ ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?