Posted inଜାତୀୟ

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ ସେମାନଙ୍କ ଜିଦରେ ଅଡି ବସିଛନ୍ତି। ରାଜ୍ୟ ସରକାର ଏମାନଙ୍କ ସହ ଆଲୋଚନା କରିବାକୁ ଆସିଥିଲେ ମଧ୍ୟ କୌଣସି ସୁଫଳ ମିଳି ନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମାନଙ୍କ ସହ ୨ଟି ବୈଠକ ଆୟୋଜନ କରିଥିବା ବେଳେ ଏହାର ଫଳାଫଳ କିନ୍ତୁ ଶୂନ୍ୟ ହୋଇଛି। ଏବେ ପୁଣିଥରେ ମମତା ସୋମବାର ଅପରାହ୍ନ ୫ଟାରେ ଡାକ୍ତରମାନଙ୍କ ସହ ବୈଠକ କରିବାକୁ ଡାକିଛନ୍ତି।
ଟ୍ରେନି ଡାକ୍ତରଙ୍କ ପ୍ରତିନିଧିମାନଙ୍କ ପାଖକୁ ଏକ ପତ୍ର ମାଧ୍ୟମରେ କୁହାଯାଇଛି କି ଏହା ପଞ୍ଚମ ଓ ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଏକ ବୈଠକକୁ ଆମେ ଆପଣଙ୍କୁ ଆମନ୍ତ୍ରଣ କରୁଛୁ। ଏହି ବୈଠକ ମୁଖ୍ୟମନ୍ତ୍ରୀଙ୍କ କାଳିଘାଟସ୍ଥିତ ବାସଭବନରେ ଅନୁଷ୍ଠିତ ହେବ।
ଏଥର ମଧ୍ୟ ଏହି ଡାକ୍ତରମାନେ ଲାଇଭ ଷ୍ଟ୍ରିମିଂ ଉପରେ ଗୁରୁତ୍ୱ ଦେଇଥିବା ବେଳେ ସେମାନଙ୍କ ପୂର୍ବ ଦାବିକୁ ନେଇ ଅଡିବସିଛନ୍ତି। ସେମାନେ କହିଛନ୍ତି କି ଆମେ ଆପୋଷ ସମାଧାନ କରିବାକୁ ରାଜି ଅଛୁ, ହେଲେ ବୈଠକରେ କ’ଣ ଆଲୋଚନା ହେଲା ଏହାର ଲାଇଭ ଷ୍ଟ୍ରିମିଂ ଜରୁରୀ। କାରଣ ଜନସାଧାରଣ ଆମକୁ ସମର୍ଥନ କରୁଥିବା ବେଳେ ସେମାନେ ବି ଜାଣିବା ଉଚିତ ଭିତରେ କ’ଣ ଆଲୋଚନା ହେଲା।
ଏଥର ରାଜ୍ୟ ସରକାର ଆଶାବାଦି ଅଛନ୍ତି ସେ ବୈଠକମାଧ୍ୟମରେ ଡାକ୍ତାରମାନଙ୍କୁ ବୁଝାଇ ହେବ ଓ ସେମାନେ ପୂର୍ବପରି ସେମାନଙ୍କ କାର୍ଯ୍ୟରେ ଯୋଗେଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri