ଯୁଦ୍ଧ ମଧ୍ୟରେ ରତନ ଟାଟାଙ୍କୁ କାହିଁକି ମନେ ପକାଇଲେ ନେତାନ୍ୟାହୁ? ମୋଦିଙ୍କ ପାଇଁ ବି ଲେଖିଲେ ପୋଷ୍ଟ

ଇସ୍ରାଏଲ,୧୩।୧୦: ଭାରତର ଭେଟେରାନ ଶିଳ୍ପପତି ରତନ ଟାଟା ୯ ଅକ୍ଟୋବର ୨୦୨୪ରେ ୮୬ବର୍ଷ ବୟସରେ ଇହଲିଲା ସମ୍ବରଣ କରିଛନ୍ତି। ଭାରତ ସମେତ ବିଶ୍ୱର ଭେଟେରାନ ନେତାମାନେ ଏଥିରେ ଦୁଃଖ ପ୍ରକାଶ କରିଛନ୍ତି। ଏହି ସମୟରେ ମଧ୍ୟ ପୂର୍ବରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରତନ ଟାଟାଙ୍କ ଦେହାନ୍ତରେ ସମବେଦନା ଜଣାଇବା ସହ ତାଙ୍କୁ ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱର ସମର୍ଥକ ବୋଲି ବର୍ଣ୍ଣନା କରିଛନ୍ତି।
ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ବୋଧିତ କରିଥିବା ଏକ ପୋଷ୍ଟରେ ଇସ୍ରାଏଲ-ଭାରତ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ରତନ ଟାଟାଙ୍କ ଅବଦାନ ଉପରେ ଆଲୋକପାତ କରିଛନ୍ତି। ସେ ଶନିବାର ଏକ ପୋଷ୍ଟରେ ଲେଖିଛନ୍ତି, ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତର ମହାନ ପୁତ୍ର ତଥା ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱର ଓକିଲାତି କରୁଥିବା ରତନ ଟାଟାଙ୍କ ଦେହାନ୍ତରେ ମୁଁ ଏବଂ ଇସ୍ରାଏଲର ଅଗଣିତ ଲୋକ ଶୋକ ପ୍ରକାଶ କରିଛନ୍ତି। ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରତନ ଟାଟାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri