ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କାହିଁକି ସ୍ତ୍ରୀ,ପିଲାଙ୍କୁ ବିଦେଶ ପଠାଇଥିଲେ ପାଣ୍ଡିଆନ, ରିପୋର୍ଟ କହୁଛି…

ଭୁବନେଶ୍ୱର,୮ା୬: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ଶୋଚନୀୟ ପରାଜୟ ବରଣ କରିଛି। ତେବେ ଏହା ପଛରେ କାର୍ତ୍ତିକ ପାଣ୍ଡିଆନଙ୍କ ଭୂମିକା ରହିଛି ବୋଲି ଚାରିଆଡ଼େ ଚର୍ଚ୍ଚା ହେଉଛି। ବର୍ତ୍ତମାନ ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି ପାଣ୍ଡିଆନ କେଉଁଆଡ଼େ ଚାଲିଯିବା ଏବଂ ସ୍ତ୍ରୀ ସୁଜାତା କାର୍ତ୍ତିକେୟନ ଛୁଟିରେ ଯିବା। ବିଜେଡି ହାରିବ ବୋଲି ଜାଣି ସାରିଥିଲେ କି ପାଣ୍ଡିଆନ। ତେଣୁ ଫଳାଫଳ ଆସିବା ପୂର୍ବରୁ ସ୍ତ୍ରୀ, ପିଲାଙ୍କୁ ବିଦେଶ ପଠାଇ ଦେଇଥିଲେ। ପରିବାରକୁ ଇଟାଲୀ ପଠାଇବାକୁ ନେଇ ପାଣ୍ଡିଆନ କରିଥିବା ସତ୍ୟପାଠ ଶନିବାର ସାର୍ବଜନୀନ ହେବା ପରେ ଏସବୁ ପାଣ୍ଡିଆନଙ୍କ ଷଡ଼ଯନ୍ତ୍ର ବୋଲି ଜୋର୍‌ଦାର ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଏପ୍ରିଲ ୧୮ରେ ପାଣ୍ଡିଆନ କରିଥିବା ଏକ ସତ୍ୟପାଠ ଏବେ ସାର୍ବଜନୀନ ହୋଇଛି। ଯେଉଁଥିରେ ସେ ତାଙ୍କ ଆଇଏଏସ୍‌ ସ୍ତ୍ରୀ ସୁଜାତାଙ୍କ ୧୫ବର୍ଷର ଝିଅକୁ ଜୁନ୍‌ ୧ରୁ ୧୨ ପର୍ଯ୍ୟନ୍ତ ଇଟାଲୀ ଯିବା ପାଇଁ ସମ୍ମତି ଦେଇଛନ୍ତି। ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି,  ଝିଅର ମାଟ୍ରିକ୍‌ ପରୀକ୍ଷା ପାଇଁ ସୁଜାତାଙ୍କୁ ମେ’ ୩୧ରୁ ନଭେମ୍ବର ୨୬ ପର୍ଯ୍ୟନ୍ତ ୬ମାସ ଛୁଟି ମଞ୍ଜୁର ବି କରିଛନ୍ତି ରାଜ୍ୟ ସରକାର। ତେବେ ଝିଅର ମାଟ୍ରିକ ପରୀକ୍ଷା ପାଇଁ ଛୁଟି ଅନୁମୋଦନ କରିଥିବା ରାଜ୍ୟ ସରକାର କିଭଳି ସୁଜାତାଙ୍କୁ ବିଦେଶରେ ଛୁଟି ବିତାଇବା ନିମନ୍ତେ ଅନୁମତି ଦେଲେ ତାହା ମଧ୍ୟ ସାଧାରଣରେ ଏକ ବିରାଟ ପ୍ରଶ୍ନବାଚୀ। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିନା ଅନୁମତିରେ ସୁଜାତା ସପରିବାର ବିଦେଶ ଯିବା ସମ୍ଭବପର ନୁହେଁ। ତେବେ ସାଧାରଣ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ପାଣ୍ଡିଆନ କାହିଁକି ନିଜର ପରିବାରକୁ ଇଟାଲୀ ପଠାଇ ଦେଇଥିଲେ ତାକୁ ନେଇ ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri