Posted inUncategorized

ଧ୍ୟାନ ପାଇଁ କନ୍ୟାକୁମାରୀକୁ କାହିଁକି ବାଛିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ 

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ୭ମ ପର୍ଯ୍ୟାୟ ପ୍ରଚାର ଅଭିଯାନର ଅନ୍ତିମ ଦିନ ଅର୍ଥାତ ମେ’ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀକୁ ଆଧ୍ୟାତ୍ମିକ ଯାତ୍ରା କରିବେ। ସେଠାରେ ସେ ଜୁନ୍‌ ୧ ଯାଏ ରହିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବିବେକାନନ୍ଦ ରକ୍‌ ମେମୋରିଆଲ ପରିଦର୍ଶନ କରିବେ ଏବଂ ସ୍ବାମୀ ବିବେକାନନ୍ଦ  ଯେଉଁଠାରେ ଧ୍ୟାନ କରିଥିଲେ ସେଠାରେ ହିଁ ଧ୍ୟାନ କରିବେ। ଏହି ସ୍ଥାନର ନାମ ହେଉଛି ଧ୍ୟାନ ମଣ୍ଡପମ୍‌। ପ୍ରଧାନମନ୍ତ୍ରୀ ମୋଦି ଏଠାରେ ମେ ୩୦ ସନ୍ଧ୍ୟାରୁ ଜୁନ ୧ ସନ୍ଧ୍ୟା ପର୍ଯ୍ୟନ୍ତ ଧ୍ୟାନ କରିବେ। ତେବେ ପୂର୍ବରୁ ସେ ଉଭୟ ଲୋକ ସଭା ନିର୍ବାଚନ ସମୟରେ ଆଧ୍ୟାତ୍ମିକ ଯାତ୍ରା କରିଥିଲେ।
ମେ ୩୦ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷ ଦିନ। ଏହି ଦିନ ପ୍ରଧାନମନ୍ତ୍ରୀଙ୍କ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ରହିଛି। ପ୍ରଧାନମନ୍ତ୍ରୀ ଉକ୍ତ ଦିନ ପଞ୍ଜାବରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ତାମିଲନାଡ଼ୁ ଯିବେ। ଜୁନ ୧ରେ ଦେଶର ୫୭ ଲୋକ ସଭା ଆସନରେ ଭୋଟ ଗ୍ରହଣ କରାଯିବ।
କନ୍ୟାକୁମାରୀର ଆଧ୍ୟାତ୍ମିକ ମହତ୍ତ୍ୱ କ’ଣ?
ସ୍ବାମୀ ବିବେକାନନ୍ଦଙ୍କ ଜୀବନରେ କନ୍ୟାକୁମାରୀ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରଖିଥିଲା। ଏଠାରେ ସେ ମଦର ଇଣ୍ଡିଆର ଦର୍ଶନ ଦେଖିଥିଲେ। ଏଠାରେ ଥିବା ପଥର ତାଙ୍କ ଜୀବନର ଏକ ଅଂଶ। ସାରନାଥଙ୍କୁ ନେଇ ଲୋକଙ୍କ ଗଭୀର ବିଶ୍ୱାସ ରହିଛି। ବୁଦ୍ଧଙ୍କ ଜୀବନରେ ଏହି ସ୍ଥାନର ବିଶେଷ ମହତ୍ତ୍ୱ ରହିଛି। ସେ ଦେଶ ଭ୍ରମଣ କରିବା ପରେ ଏଠାରେ ପହଞ୍ଚିଥିଲେ। ଯେଉଁଠାରେ ସେ ୩ ଦିନ ଯାଏ ତପସ୍ୟା କରି ବିକଶିତ ଭାରତର ସ୍ବପ୍ନ ଦେଖିଥିଲେ। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦି ସମାନ ସ୍ଥାନରେ ଧ୍ୟାନ କରିବା ଏବଂ ବିବେକାନନ୍ଦଙ୍କ ବିକଶିତ ଭାରତକୁ ସାକର କରିବାକୁ ପ୍ରତିବଦ୍ଧତା ପ୍ରଦର୍ଶନ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri