ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଇସ୍ରାଏଲ ଏକ ପ୍ରକାର ସଙ୍କଟ ସମୟ ଦେଇ ଗତି କରୁଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଶୁଭେଚ୍ଛା ଜଣାଇଲେ ଏହା ସମସ୍ତଙ୍କ ମନରେ ପ୍ରଶ୍ନ ଆଣିପାରେ।

ପ୍ରକୃତ କଥା ହେଉଛି ଗୋଟିଏ ପଟେ ସଙ୍କଟର ସ୍ଥିତି ଥିଲେ ମଧ୍ୟ ଇସ୍ରାଏଲ ତଥା ୟହୁଦି ସମ୍ପ୍ରଦାୟର ଲୋକେ ବୁଧବାର ନବବର୍ଷ(ରୋଶ୍ ହାଶାନା) ପାଳନ କରୁଛନ୍ତି। ଯେଉଁଥିପାଇଁ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ତାଙ୍କର ପୋଷ୍ଟରେ ଲେଖିଛନ୍ତି, ”ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବଂ ଇସ୍ରାଏଲ ତଥା ବିଶ୍ୱରେ ଥିବା ୟହୁଦି ସମ୍ପ୍ରଦାୟର ଲୋକମାନଙ୍କୁ ନବବର୍ଷ(ରୋଶ୍ ହାଶାନା) ଶୁଭେଚ୍ଛା। ନୂତନ ବର୍ଷ ସମସ୍ତଙ୍କ ଜୀବନରେ ଶାନ୍ତି, ଭରସା ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ।”

ତେବେ ଇରାନର ସହଯୋଗୀମାନଙ୍କ ଇସ୍ରାଏଲ ଲଗାତାର ଆକ୍ରମଣ କରିବା ପରେ ଇରାନ ଏହି ପ୍ରତିକ୍ରିୟା ଦେଇଛି। ହିଜବୁଲ୍ଲା ମୁଖ୍ୟ ହସନ ନସରଲ୍ଲା ଏବଂ ଇସ୍ମାଇଲ ହାନିୟାଙ୍କ ମୃତ୍ୟୁର ପ୍ରତିଶୋଧ ନେବା ଲାଗି ଇରାନ ଏହି ଆକ୍ରମଣ କରିଥିଲା। ତେବେ ଏଥିରେ ଇସ୍ରାଏଲର ବିଶେଷ କିଛି କ୍ଷତି ହୋଇ ନଥିଲା ବେଳେ ଇସ୍ରାଏଲ ଏହାର ପ୍ରତିଜବାବ ଦେବାକୁ ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri