Posted inଜାତୀୟ

ନୀତୀଶ କୁମାରଙ୍କଠାରୁ କାହିଁକି ଅଲଗା ହେଲେ ପ୍ରଶାନ୍ତ କିଶୋର, ନିଜେ କହିଲେ ଏହାର ଅସଲ କାହାଣୀ

ପାଟନା,୨୯।୯: ବିହାରର ରାଜଧାନୀ ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରାଜ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବିରୋଧ କରି ତାଙ୍କ ନୀତିକୁ ସମାଲୋଚନା କରିଛନ୍ତି।
ବିହାର ବିଧାନସଭା ନିର୍ବାଚନରେ ନୀତୀଶ କୁମାରଙ୍କ ଦଳ ପାଇଁ ପ୍ରଚାର କରିଥିବା ପ୍ରଶାନ୍ତ କିଶୋର ରବିବାର ତାଙ୍କ ନୀତି ତଥା ପ୍ରଶାସନିକ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି।
ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ପ୍ରଶାନ୍ତ କିଶୋର କହିଛନ୍ତି ଯେ ମୁଁ ପ୍ରଶାସକଙ୍କୁ ବିରୋଧ କରୁଛି ଯିଏ ବିହାରର ଭବିଷ୍ୟତକୁ ଚାରିଜଣ ଅବସରପ୍ରାପ୍ତ ଅଧିକାରୀଙ୍କ ହାତରେ ଛାଡିଛନ୍ତି। ନୀତୀଶ କୁମାର, ଯାହାଙ୍କୁ ମୁଁ ୨୦୧୪ରେ ସାହାଯ୍ୟ କରିଥିଲି, ସେତେବେଳେ ରାଜନୈତିକ ନୈତିକତା ଥିଲା। ଏକ ଉଦାହରଣ ଦେଇ ସେ କହିଛନ୍ତି ଯେ ଯେତେବେଳେ ନୀତୀଶ କୁମାର ରେଳମନ୍ତ୍ରୀ ଥିଲେ, ସେତେବେଳେ ସେ ପଶ୍ଚିମବଙ୍ଗରେ ଏକ ଟ୍ରେନ ଦୁର୍ଘଟଣାରେ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଥିବା ବେଳେ ସେ ନୈତିକ କାରଣରୁ ଇସ୍ତଫା ଦେଇଥିଲେ।
ସେ କରୋନା ମହାମାରୀ ସମୟରେ ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ମୁଁ ବିରୋଧ କରୁଥିବା ନୀତୀଶ କୁମାର କରୋନା ମହାମାରୀ ସମୟରେ ବାହାରକୁ ଆସି ନ ଥିଲେ। ଯେତେବେଳେ ହଜାର ହଜାର ଲୋକଙ୍କ ମୃତ୍ୟୁ ହେବା ସହ ଲକ୍ଷ ଲକ୍ଷ ପିଲା ରାସ୍ତାରେ ବୁଲୁଥିଲେ।
ସେ କହିଛନ୍ତି ଯେ ୨୦୧୫ ନିର୍ବାଚନରେ ନୀତୀଶ କୁମାର ପରାଜୟର ସମ୍ମୁଖୀନ ହୋଇନାହାଁନ୍ତି, ତାଙ୍କର ୧୧୭ବିଧାୟକ ଅଛନ୍ତି ଏବଂ ସେ ସଠିକ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ, ଯେତେବେଳେ ତାଙ୍କ ଦଳ ୨୦୨୦ବିଧାନସଭା ନିର୍ବାଚନରେ ମାତ୍ର ୪୨ଟି ଆସନ ପାଇଥିଲେ, ତଥାପି ସେ ମୁଖ୍ୟମନ୍ତ୍ରୀ ହେବାକୁ ନିଷ୍ପତ୍ତି ନେଇଥିଲେ, ଯାହା ସାଧାରଣ ଜନତାଙ୍କ ଆଦେଶର ଉଲ୍ଲଂଘନ ଥିଲା।
ପ୍ରଶାନ୍ତ କିଶୋର କହିଛନ୍ତି ଯେ ବିଧାନସଭା ନିର୍ବାଚନର ୨୦୨୦ ଫଳାଫଳ ପରେ ମୁଁ ତାଙ୍କ ସହ କଥା ହୋଇ ତାଙ୍କୁ ମୁଖ୍ୟମନ୍ତ୍ରୀ ନହେବାକୁ ପରାମର୍ଶ ଦେଇଥିଲି। କିନ୍ତୁ, ସେ ସେହି ଦିନ ସା ୬ଟା ୩୦ରେ ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଥିଲେ। ମୁଁ ଭଲ ପ୍ରଶାସନକୁ ସମର୍ଥନ କରୁଥିଲି, କିନ୍ତୁ ବର୍ତ୍ତମାନ ପରିସ୍ଥିତିରେ ମୁଁ ନୀତୀଶ କୁମାରଙ୍କୁ ବିରୋଧ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri