କାହିଁକି ସୋସିଆଲ୍‌ ମିଡିଆରୁ ସ୍ବାମୀଙ୍କ ସର୍‌ନେମ୍‌ ହଟାଇଲେ ପ୍ରିୟଙ୍କା: କଲେ ଖୁଲାସା

ସୋସିଆଲ ମିଡିଆରୁ ତାଙ୍କ ସ୍ବାମୀ ନିକ ଜୋନାସଙ୍କ ସରନେମ୍‌କୁ ହଟାଇ ଦେଇଥିବା ପ୍ରିୟଙ୍କା ଚୋପ୍ରା ଏହି ପ୍ରସଙ୍ଗରେ ପ୍ରଥମ ଥର ମୁହଁ ଖୋଲିଛନ୍ତି। ମୁଁ ମୋର ୟୁଜରନେମ୍‌ ମୋ ଟୁଇଟର୍‌ ସହିତ ସମାନ୍‌ କରିବାକୁ ଚାହୁଁଥିଲି ସେଥିପାଇଁ ଏପରି କଲି। କିନ୍ତୁ ଏହା କାହିଁକି ଲୋକଙ୍କ ପାଇଁ ଏତେ ବଡ ପ୍ରସଙ୍ଗ ହୋଇଗଲା ମୁଁ ଆଶ୍ଚର୍ଯ୍ୟ। ଏହା ହେଉଛି ସୋସିଆଲ ମିଡିଆ, ତୁମେମାନେ ସମସ୍ତେ ଥଣ୍ଡା ରୁହ।
ନିକଟରେ ପ୍ରିୟଙ୍କା ଇନଷ୍ଟାଗ୍ରାମରେ କିଛି ଖବରର ସ୍କ୍ରିନସଟ ଶେୟାର କରିଥିଲେ। ଏଥିରେ ନିକ ଜୋନାସଙ୍କ ସ୍ତ୍ରୀ ଗୁଡ ମର୍ନିଂ ଆମେରିକା ଶୋ’ରେ ମ୍ୟାଟ୍ରିକ୍ସ ଚଳଚ୍ଚିତ୍ରର ସହ-ତାରକା କିଆନୁ ରିଭସଙ୍କ ବିଷୟରେ କଥାବାର୍ତ୍ତା କରିଥିଲେ।ଏନେଇ ପ୍ରିୟଙ୍କା କହିଛନ୍ତି, ମୁଁ ଏପର୍ଯ୍ୟନ୍ତ ସବୁଠୁ ପ୍ରତିଷ୍ଠିତ ଚଳଚ୍ଚିତ୍ର ଫ୍ରାଞ୍ଚାଇଜ ପାଇଁ ପ୍ରଚାର କରୁଛି ଏବଂ ମୋତେ ଏବେ ବି ‘ନିକ ଜୋନାସଙ୍କ ସ୍ତ୍ରୀ’ ବୋଲି ଦର୍ଶାଯାଉଛି।
ଭାରତୀୟ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ମୋଷ୍ଟ ଆଡମିଟେଡ ମହିଳା -୨୦୨୧ ତାଲିକାରେ ସ୍ଥାନ ପାଇଛନ୍ତି। ଚଳିତ ବର୍ଷ ଶ୍ରେଷ୍ଠ ୧୦ ତାଲିକାରେ ସ୍ଥାନ ପାଇଥିବା ପ୍ରିୟଙ୍କା ହେଉଛନ୍ତି ଏକମାତ୍ର ଭାରତୀୟ ଅଭିନେତ୍ରୀ। ଗତ ବର୍ଷ ଏହି ତାଲିକାରେ ସେ ୧୫ ନମ୍ବରରେ ଥିଲେ। କିନ୍ତୁ ତାଙ୍କର ର଼୍ୟାଙ୍କିଙ୍ଗ ବୃଦ୍ଧି କରି ସେ ଚଳିତ ବର୍ଷ ଦଶମ ସ୍ଥାନ ହାସଲ କରିଛନ୍ତି। ଏହି ସର୍ଭେରେ ୩୮ ଟି ଦେଶରୁ ମୋଟ ୪୨,୦୦୦ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri