Posted inଜାତୀୟ

‘ଇଭିଏମ୍‌ ଏକ କଳା ବାକ୍ସ’ କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬ା୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟରେ ରାହୁଲ ମଧ୍ୟ ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ତାଙ୍କ ପୋଷ୍ଟରେ ଶିବସେନା ସିନ୍ଦେ ଦଳର ପ୍ରାର୍ଥୀ ରବୀନ୍ଦ୍ର ଓ୍ବାୟକରଙ୍କ ସହ ଜଡ଼ିତ ଏକ ଖବର ମଧ୍ୟ ଶେୟାର କରିଛନ୍ତି। ଇଭିଏମ୍‌ ସହିତ ଟାମ୍ପରିଂ କରି ଜିତିବା ଅଭିଯୋଗ ହୋଇଛି।

ରାହୁଲ ‘ଏକ୍ସ’ ହ୍ୟାଣ୍ଡେଲ୍‌ରେ ଲେଖିଛନ୍ତି, ଇଭିଏମ୍‌ ହେଉଛି ଭାରତରେ ଏକ ‘କଳା ବାକ୍ସ ’। ଏଗୁଡ଼ିକୁ ଯାଞ୍ଚ କରିବାକୁ କାହାକୁ ଅନୁମତି ନାହିଁ। ଆମର ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା ନେଇ ଗମ୍ଭୀର ଚିନ୍ତା ବଢୁଛି। ଯେତେବେଳେ ଅନୁଷ୍ଠାନଗୁଡ଼ିକର ଉତ୍ତରଦାୟିତ୍ୱ ଅଭାବ ହୁଏ, ଗଣତନ୍ତ୍ର ଲଜ୍ଜାଜନକ ହୋଇଯାଏ ଏବଂ ଠକେଇର ସମ୍ଭାବନା ବଢ଼ିଯାଏ।

 

ରାହୁଲ ମିଡ୍‌ ଡେ’ର ଏକ ପୋଷ୍ଟ ଶେୟାର କରିଛନ୍ତି। ଏହି ରିପୋର୍ଟରେ କୁହାଯାଇଛି ଯେ, ଏପର୍ଯ୍ୟନ୍ତ ଯାଞ୍ଚରେ ବନରାଇ ପୋଲିସ ରବୀନ୍ଦ୍ରଙ୍କ ସମ୍ପର୍କୀୟ ମଙ୍ଗେଶ ମାଣ୍ଡିଲକରଙ୍କ ବିରୋଧରେ ଅନେକ ପ୍ରମାଣ ପାଇଛନ୍ତି। ମାଙ୍ଗେଶଙ୍କ ଉପରେ ଇଭିଏମ୍‌ରେ ଟାମ୍ପରିଂ କରାଯାଇଥିବା ଅଭିଯୋଗ ହୋଇଛି। ଏହା ପରେ ରବୀନ୍ଦ୍ର ମୁମ୍ବାଇ ଉତ୍ତର ପଶ୍ଚିମ ଲୋକ ସଭା ଆସନରୁ ୪୮ ଭୋଟ୍‌ରେ ଜିତିଛନ୍ତି। ଭୋଟ୍‌ ଗଣିବା ସମୟରେ ମଙ୍ଗେଶ ଯେଉଁ ଫୋନ୍‌ ବ୍ୟବହାର କରୁଥିଲେ ତାହା ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌) ସହିତ ସଂଯୁକ୍ତ ଥିଲା ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri