Posted inଜାତୀୟ

କାହିଁକି ସମ୍ପୂର୍ଣ୍ଣ ତାଜ ହୋଟେଲକୁ ବୋମାରେ ଉଡାଇ ଦେବାକୁ କହିଥିଲେ ରତନ ଟାଟା

ନୂଆଦିଲ୍ଲୀ,୧୦।୧୦: ଦେଶର ପ୍ରସିଦ୍ଧ ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪) ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ପରଲୋକ ହୋଇଛି। ନିଜର ସରଳ ସ୍ବଭାବ ଏବଂ ଦୟାର୍ଦ ହୃଦୟ ପାଇଁ ଲୋକଙ୍କ ହୃଦୟରେ ଏକ ବିଶେଷ ସ୍ଥାନ ସୃଷ୍ଟି କରିଥିବା ରତନ ଟାଟା ଶିକ୍ଷା, ସ୍ବାସ୍ଥ୍ୟ ସେବା, ଗ୍ରାମୀଣ ବିକାଶ ଏବଂ ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଅନେକ ଅବଦାନ ଦେଇଛନ୍ତି। ମୁମ୍ବାଇରେ ହୋଇଥିବା ୨୬/୧୧ ଆତଙ୍କବାଦୀ ଆକ୍ରମଣରେ ଆତଙ୍କବାଦୀମାନେ ହୋଟେଲ ତାଜକୁ ମଧ୍ୟ ଟାର୍ଗେଟ କରିଥିଲେ, ଯାହା ବିଷୟରେ ରତନ ଟାଟା ଏକ ସାକ୍ଷାତକାରରେ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଥିଲେ।

୨୦୦୮ମସିହାରେ, ୧୦ଜଣ ପାକିସ୍ତାନୀ ଆତଙ୍କବାଦୀ ସମୁଦ୍ର ଦେଇ ଦକ୍ଷିଣ ମୁମ୍ବାଇରେ ପ୍ରବେଶ କରି ତାଜ ହୋଟେଲ ଏବଂ ଛତ୍ରପତି ଶିବାଜୀ ମହାରାଜ ଟର୍ମିନାଲ ସମେତ ସହରର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଉପରେ ଆକ୍ରମଣ କରି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିଥିଲେ। ସେହି ସମୟରେ ରତନ ଟାଟାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ଏବଂ ଗୁଳି ବିନିମୟ ସମୟରେ ତାଜ ହୋଟେଲର କୋଲାବା ଶେଷରେ ଠିଆ ହୋଇଥିବା ଦେଖାଯାଇଥିଲା। ଏକ ସାକ୍ଷାତକାରରେ ରତନ ଟାଟା କହିଛନ୍ତି ଯେ କେହି ଜଣେ ତାଙ୍କୁ ଫୋନ କରି କହିଥିଲେ ଯେ ହୋଟେଲ ଭିତରେ ଗୁଳି ବିନିମୟ ହୋଇଛି, ଏହା ପରେ ସେ ତାଜ ହୋଟେଲର କର୍ମଚାରୀଙ୍କୁ କଲ୍‌ କରିଥିଲେ, କିନ୍ତୁ କେହି ତାଙ୍କ କଲ ରିସିଭ କରି ନଥିଲେ।
ରତନ ଟାଟା କହିଥିଲେ ଯେ ଏହା ପରେ ସେ କାର ବାହାର କରି ତାଜ ହୋଟେଲକୁ ଚାଲିଗଲେ, କିନ୍ତୁ ଭିତରେ ଗୁଳି ବିନିମୟ ଚାଲଇଥିବାରୁ ତାଙ୍କୁ ଭିତରକୁ ଯିବାକୁ ବାରଣ କରାଯାଇଥିଲା। ସେହି ସାକ୍ଷାତକାରରେ ରତନ ଟାଟା ପ୍ରକାଶ କରିଛନ୍ତି ଯେ ସେ ସୁରକ୍ଷା କର୍ମୀଙ୍କୁ କହିଥିଲେ ଯେ ଜଣେ ବି ଆତଙ୍କବାଦୀଙ୍କୁ ମଧ୍ୟ ଜୀବନ୍ତ ଛାଡି ଦିଆଯିବା ଉଚିତ ନୁହେଁ ଏବଂ ଆବଶ୍ୟକ ସ୍ଥଳେ ସମ୍ପୂର୍ଣ୍ଣ ତାଜ ହୋଟେଲକୁ ବୋମାରେ ଉଡାଇ ଦିଆଯାଉ।
ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବା (ଲେଟି) ର ଆତଙ୍କବାଦୀମାନେ ମୁମ୍ବାଇରେ ୨୬/୧୧ ଆକ୍ରମଣ କରିଥିଲେ ଯେଉଁଥିରେ ୧୬୬ଜଣ ପ୍ରାଣ ହରାଇଥିଲେ ଏବଂ ୩୦୦ରୁ ଅଧିକ ଆହତ ହୋଇଥିଲେ। ଏହି ଆକ୍ରମଣ ପରେ ତାଜ ହୋଟେଲ ଖୋଲିବା ବିଷୟରେ କଥାବାର୍ତ୍ତା କରୁଥିବାବେଳେ ରତନ ଟାଟା ଏହି ଆକ୍ରମଣରେ ପ୍ରାଣ ହରାଇଥିବା କିମ୍ବା ଆହତଙ୍କ ପରିବାରର ଯତ୍ନ ନେବା ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri