Posted inଖେଳ

ଯୋଗରାଜଙ୍କ ଶରଣରେ ସଚିନଙ୍କ ପୁଅ

ଚଣ୍ଡିଗଡ,୨୫।୯: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଗୋଆ ଦଳ ପକ୍ଷରୁ ଏକ ଟୁର୍ନାମେଣ୍ଟ ଖେଳିବା ପାଇଁ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଭାରତର ପୂର୍ବତନ କ୍ରିକେଟର୍‌ ଯୁବରାଜ ସିଂଙ୍କ ପିତା ଯୋଗରାଜଙ୍କ ସହ ଅର୍ଜୁନଙ୍କ ଅଭ୍ୟାସ ଅଧିବେଶନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ସଚିନ ତାଙ୍କ ପୁଅର ଦାୟିତ୍ୱ ଯୋଗରାଜଙ୍କୁ ଦେଇଛନ୍ତି। ଅର୍ଜୁନଙ୍କୁ ୨୩ ବର୍ଷ ବୟସ କିନ୍ତୁ ସେ ଏପର୍ଯ୍ୟନ୍ତ ତାଙ୍କର ପ୍ରଥମ ଶ୍ରେଣୀରେ ଡେବ୍ୟୁ କରିବାର ସୁଯୋଗ ପାଇ ନାହାଁନ୍ତି। ତାଙ୍କୁ ଆଇପିଏଲ ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ କିଣିଥିଲା କିନ୍ତୁ ଗୋଟିଏ ମ୍ୟାଚ ଖେଳିବାର ସୁଯୋଗ ସେ ପାଇ ନ ଥିଲେ। ଏହା ସହ ସେ ଗତ ବର୍ଷ ସୟଦ ଅଲି ମୁସ୍ତାକ ଟି-୨୦ ଟୁର୍ନାମେଣ୍ଟରେ ମୁମ୍ବାଇ ପାଇଁ ମାତ୍ର ୨ଟି ମ୍ୟାଚ ଖେଳିବାର ସୁଯୋଗ ପାଇଥିଲେ। ଅର୍ଜୁନ ମୁମ୍ବାଇ ଦଳରେ ମନୋନୀତ ନ ହେବାରୁ ସେ ଗୋଆ ପକ୍ଷରୁ ଖେଳିବା ଆରମ୍ଭ କରିଛନ୍ତି।
ପଞ୍ଜାବୀ ଚଳଚ୍ଚିତ୍ରରେ ଚମତ୍କାର ଅଭିନୟ ବ୍ୟତୀତ ଭାରତର ପୂର୍ବତନ କ୍ରିକେଟର ଯୋଗରାଜ ସିଂ ମଧ୍ୟ ଜଣେ କୋଚ ଭାବରେ ପ୍ରସିଦ୍ଧ। ୧୯୮୦ରେ ତାଙ୍କୁ ଭାରତୀୟ ଦଳରେ ଖେଳିବାର ସୁଯୋଗ ମିଳିଥିଲା। ସେ ୧୯୮୧ରେ ନ୍ୟୁଜିଲାଣ୍ଡ ଗସ୍ତରେ ଭାରତ ପାଇଁ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚରେ ଡାହାଣହାତୀ ଦ୍ରୁତ ବୋଲର ଯୋଗରାଜ କେବଳ ଗୋଟିଏ ଉଇକେଟ ନେଇଥିଲେ। ସେ ଭାରତର ପୂର୍ବତନ କୋଚ ଜନ ରାଇଟଙ୍କୁ ବୋଲ୍ଡ କରିଥିଲେ। ଯୋଗରାଜ ସିଂ ଭାରତ ପାଇଁ ମାତ୍ର ୬ଟି ଦିନିକିଆ ଖେଳିଥିଲେ। ତାଙ୍କ ନାମରେ ୪ଟି ଉଇକେଟ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?