Posted inଖେଳ

କାହିଁକି ଖେଳାଳିଙ୍କ ସୁରକ୍ଷା ମାଗିଲେ ଶ୍ରୀଲଙ୍କା ଅଧିନାୟକ, ଜାଣନ୍ତୁ…

କଲମ୍ବୋ,୨୬ା୨: ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି କେବଳ ଖେଳାଳିଙ୍କ ଫିଟ୍‌ନେସ ଓ ଫର୍ମ ଦାୟୀ ନୁହେଁ, ବରଂ ଦଳ ବାହାରେ ସୃଷ୍ଟି ହୋଇଥିବା ନକାରାତ୍ମକ ପରିବେଶ ମଧ୍ୟ ଦାୟୀ। ସେମିଫାଇନାଲ ଦୌଡ଼ରୁ ଶ୍ରୀଲଙ୍କା ବିଦାୟ ନେବା ପରେ ଅଧିନାୟକ ଦାସୁନ ଶନକା ଏହା କହିଛନ୍ତି। ଏଥିସହିତ ତାଙ୍କ ଖେଳାଳିଙ୍କୁ ସମାଲୋଚନାଠାରୁ ସୁରକ୍ଷା ଦେବା ପାଇଁ ସେ ସରକାରଙ୍କୁ ଅନୁରୋଧ କରିଛନ୍ତି।

ଖେଳାଳି ଭାବେ ଆମ ପାଇଁ ବାହ୍ୟ ସମାଲୋଚନାକୁ ନିୟନ୍ତ୍ରଣ କରିବା କଷ୍ଟକର। ଏଣୁ ପ୍ରାୟତଃ ସମୟରେ ଆମେ ମୁଖ୍ୟତଃ ନକାରାତ୍ମକ ସମାଲୋଚନା ହିଁ ଶୁଣୁ। ଏଣୁ ଜଣେ ଖେଳାଳି ଭାବେ ଆମେ ଯେତେ ସକାରାତ୍ମକ ଥିଲେ ବି, ବାହାରୁ ଦଳ ମଧ୍ୟରେ ଏକ ନକାରାତ୍ମକ ପରିବେଶ ସୃଷ୍ଟି କରାଯାଇଛି। ଏହା ଶ୍ରୀଲଙ୍କା କ୍ରିକେଟର କ୍ଷତି କରୁଛି। ଆମେ ବିଶ୍ୱକପ୍‌ ହାରିଗଲୁ। ଆମକୁ କାରଣ ଜଣାଅଛି ଏବଂ ଆମେ ସମସ୍ତେ ଚିନ୍ତିତ। ଆମକୁ ଗୋଟିଏ ମ୍ୟାଚ୍‌ ଖେଳିବାର ଅଛି। ଆମେ ଖେଳିବୁ ଓ ଯିବୁ। କିନ୍ତୁ ସମାଲୋଚନା ବନ୍ଦ ହେବ ନାହିଁ। ଯଦି ସରକାର ହସ୍ତକ୍ଷେପ କରନ୍ତି, ତେବେ ଅତିକମ୍‌ରେ ଭବିଷ୍ୟତରେ ଆସିବାକୁ ଥିବା ଖେଳାଳିଙ୍କ ଲାଗି ଭଲ ହେବ।

ମୋ ମତରେ ତାହା ଖେଳାଳିଙ୍କ ମାନସିକ ସ୍ବାସ୍ଥ୍ୟ ଲାଗି ଭଲ ହେବ ବୋଲି ଶନକା କହିଛନ୍ତି। ଏଥିସହିତ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ସେ ଦେଶବାସୀଙ୍କୁ କ୍ଷମା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri