ପ୍ରଥମ ଦ୍ୱିତୀୟ ଟଙ୍କା ପାଇ ବି କାହିଁକି କଟିଲା ୭ ଲକ୍ଷ ୬୬ ହଜାରଙ୍କ ସୁଭଦ୍ରା ୩ୟ କିସ୍ତି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୩ ଲକ୍ଷ ୯୯ ହଜାର ୦୧୯ ଜଣ, ଦ୍ୱିତୀୟ କିସ୍ତିରେ ୫ ଲକ୍ଷ ୮୨ ହଜାର ୮୦୪ ଜଣ ଏବଂ ୩ୟ କିସ୍ତିରେ ୭ ଲକ୍ଷ ୬୬ ହଜାର ୫୮୯ ଜଣ ହିତାଧିକାରୀଙ୍କ ନାମ କଟିଥିବା ବେଳେ ୧ ଲକ୍ଷ ୦୭ ହଜାର ୯୩୦ ଜଣ ମହିଳାଙ୍କ ନାମ ନୂତନ ଭାବେ ଯୋଡ଼ିହୋଇଛି। ସୁଭଦ୍ରା ପୋର୍ଟାଲରେ ଜୀବିତ ମହିଳାଙ୍କୁ ମୃତ ବୋଲି ଦର୍ଶାଯାଇଥିବା ଘଟଣାର ତର୍ଜମା କରାଯାଉଛି। ସେହିପରି ୧ ଲକ୍ଷ ୮୩ ହଜାର ୭୫୮ ଜଣ ମହିଳା ପ୍ରଥମ କିସ୍ତି ପରେ ଦ୍ୱିତୀୟ କିସ୍ତି ବେଳକୁ ଆଉ ଟଙ୍କା ପାଇନାହାନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ବିଧାୟକ ଚକ୍ରମଣି କହଁର ଶନିବାର ବିଧାନସଭାରେ ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ୯୫ ହଜାର ୮୫୩ ଜଣ ମହିଳାଙ୍କୁ ଏକାବେଳେ ୩ଟି କିସ୍ତିର ଟଙ୍କା ଦିଆଯାଇଛି। ସୁଭଦ୍ରା ନିର୍ଦ୍ଦେଶାବଳୀ ଅନୁଯାୟୀ, ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଧାର୍ଯ୍ୟ ଜୁଲାଇ ୨୦୨୪ ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା’ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍‌ ହେବା ଆବଶ୍ୟକ। ଆବେଦନକାରୀଙ୍କ ଜନ୍ମ ତାରିଖ ୨ ଜୁଲାଇ ୧୯୬୪ଠାରୁ ୧ଜୁଲାଇ ୨୦୦୪ ପର୍ଯ୍ୟନ୍ତ ହେବା ଉଚିତ। ୨୦୨୪-୨୫ ପାଇଁ ଯଦି ଜଣେ ମହିଳା ୧ ଜୁଲାଇ ୨୦୨୪ ପରେ ୨୧ ବର୍ଷ ବୟସ ଅତିକ୍ରମ କରିବେ ତେବେ ଯୋଜନା ଅବଧିର ଅବଶିଷ୍ଟ ବର୍ଷଗୁଡିକ ପାଇଁ ତାଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ମିଳିବ। ସେହିପରି ଯେଉଁ ମହିଳା ୧ ଜୁଲାଇ ୨୦୨୪ ପରେ ୬୦ ବର୍ଷ ପୂରଣ କରିବେ ତାଙ୍କୁ ଯୋଜନା ଅବଧିର ଅବଶିଷ୍ଟ ବର୍ଷଗୁଡିକ ପାଇଁ ଏହି ସହାୟତା ଦିଆଯିବ ନାହିଁ। ବର୍ତ୍ତମାନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୧,୦୨,୮୦,୦୯୨ ଜଣ , ୨ୟ କିସ୍ତିରେ ୧,୦୦,୯୬,୩୦୭ ଜଣ ଏବଂ ୩ୟ କିସ୍ତିରେ ୯୬,୯୬,୯୫୫ ଜଣ ମହିଳାଙ୍କୁ ସାମିଲ କରାଯାଇଛି। ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ସରକାରଙ୍କ ନିକଟରେ ୧,୦୯,୮୭, ୮୯୪ ଜଣ ମହିଳା ଆବେଦନ କରିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri