କାହିଁକି ରଶି ଲଗାଇ ଝୁଲିପଡ଼ିଲେ ବିଜେଡି ନେତା: ଘଟଣା ପଛରେ ରହିଛି କି…

କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ),୨୬।୮: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଜମ୍ଭିରାଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ନାୟକଙ୍କ ପୁତ୍ର ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ଚନ୍ଦ୍ର ନାୟକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ ସେ ବ୍ରେନ୍‌ ଟ୍ୟୁମର ରୋଗରେ ପୀଡ଼ିତ ଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ରବିବାର ଭୋର ୫ଟା ସମୟରେ ଘର ନିକଟସ୍ଥ ସୁନ୍ଦରୋକୁଇଲି ଶିବ ମନ୍ଦିର ପଛପଟେ ଥିବା ଏକ ଗଛରେ କାର୍ତ୍ତିକଙ୍କ ମୃତଦେହ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଖବରପାଇ ବାଲିଆପାଳ ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। କାର୍ତ୍ତିକ ବିଜେଡିର ଜଣେ ଆଗଧାଡ଼ିରନେତା ଥିଲେ। ମା’ ସରପଞ୍ଚ ଥିବାବେଳେ ତାଙ୍କର ସମସ୍ତ କାର୍ଯ୍ୟ କରି ପଞ୍ଚାୟତରେ ବେଶ ଲୋକପ୍ରିୟତା ଅର୍ଜନ କରିଥିଲେ। ମୃତ୍ୟୁ ଖବର ପାଇ ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନା, ଭାଜପା ନେତା ରବୀନ୍ଦ୍ର ଅଣ୍ଡିଆ, ଗୋବିନ୍ଦ ପ୍ରସାଦ ଦାସ, ନିଶାକର ସେଠୀ, ଅଜୟ ସାମଲ,ପୂର୍ବତନ ସରପଞ୍ଚ ମନ୍ମଥ ନାୟକଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri