ଭାଜପା ଭୁଆଁବୁଲାଇ ନିର୍ବାଚନ ଜିତିଛି କାହିଁକି ଏମିତି କହିଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡି,୨୫।୮ (ଅରୁଣ ସାହୁ): ଚଳିତ ସାଧାରଣ ନିର୍ବାଚନରେ ଭାଜପା ଲୋକଙ୍କୁ ଭୁଆଁ ବୁଲାଇ ଜିତିଥିବା ବିଜେଡି ଆୟୋଜିତ ଜନଜାଗରଣ ସଭାରେ ଅଭିଯୋଗ କରିଛି। ନିଜ ନିର୍ବାଚନ ଇସ୍ତାହାରରେ ଭାଜପା ଜନସାଧାରଣଙ୍କୁ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ସରକାର ଗଠନ ପରେ ତାହା ପାଳନ କରୁନାହିଁ ବୋଲି ଶନିବାର ବିଜେଡିର ଜି.ଉଦୟଗିରି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଅଭିଯୋଗ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ସରକାର ନିର୍ବାଚନ ବେଳେ ଗରିବ ଲୋକ, ଚାଷୀ, ବୃଦ୍ଧ, ଅସହାୟ ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାକୁ ପାଳନ କରନ୍ତୁ। ନିର୍ବାଚନ ସମୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପିଛା ୩ ହଜାର ୧ ଶହ ଟଙ୍କାରେ କିଣାଯିବ ଭାଜପା କହିଥିଲେ ସୁଦ୍ଧା ତାହା ଏଯାଏ ପାଳନ କରିନାହିଁ। ବିନା କଟ୍‌ନୀଛଟ୍‌ନୀରେ ଧାନ କୁଇଣ୍ଟାଲ ୩୧ ଶହ ଟଙ୍କାରେ କିଣିବାକୁ ସେ ଦାବି କରିଛନ୍ତି। ସେହିପରି ସମସ୍ତ ଭତ୍ତାଧାରୀଙ୍କୁ ଭାଜପା ୩ ହଜାର ଲେଖାଏ ଭତ୍ତା ଦେବାକୁ ଘୋଷଣା କରି ଏବେ ୮୦ବର୍ଷ ବୟସର ବୃଦ୍ଧାବୃଦ୍ଧଙ୍କୁ ପ୍ରଦାନ କରାଯିବ ବୋଲି କାହିଁକି କହୁଛି ବୋଲି ସାଲୁଗା ପ୍ରଶ୍ନ ଉଠାଇଥିଲେ। ଏହି ଜନଜାଗରଣ ସଭାରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, କାର୍ଯ୍ୟକାରୀ ସଭାପତି ଦିଲୀପ ପ୍ରଧାନ, ବାବୁନି ପଣ୍ଡାଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?