Posted inଜାତୀୟ

ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?

ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି। ହେଲେ ଏହା ପୂର୍ବରୁ ଘଟିଗଲା ଅଘଟଣ। ହଳଦୀ ଉତ୍ସବ ଚାଲିଥିବା ବେଳେ ଉଭୟଙ୍କ ମୃତ୍ୟୁକୁ ବାଛିନେଲେ। ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ। ଖୁସିର ମୂହୁର୍ତ୍ତ ମଧ୍ୟରେ ଘୋଟି ଆସିଲା ଦୁଃଖର କଳାବାଦଲ। ପୋଲିସକୁ ଖବର ଦିଆଯିବା ପରେ ଉଭୟଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ଏପରିକି ବର ଘର ଲୋକେ କନ୍ୟା ପକ୍ଷଙ୍କ ଉପରେ ହତ୍ୟାର ଅଭିଯୋଗ ଆଣିଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ଉତ୍ତରପ୍ରଦେଶର ସୀତାପୁରରେ ଦେଖିବାକୁ ମିଳିଛି।

ମହମ୍ମୁଦାବାଦ କୋତବାଲୀ ଅଞ୍ଚଳର ଗ୍ରାମ ମିଠୌରାରେ ରହୁଥିବା ଗୁଡ୍ଡୁ(୨୫) ରୁଚିଙ୍କ ପ୍ରେମରେ ପଡ଼ିଥିଲେ। ୩ ବର୍ଷ ଧରି ଦୁହିଁଙ୍କ ସମ୍ପର୍କ ଚାଲିଥିଲା। ଶେଷରେ ବିବାହ ଲାଗି ଦୁହେଁ ପରିବାରଲୋକଙ୍କୁ ରାଜି କରାଇଥିଲେ। ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଅନୁଯାୟୀ ନଭେମ୍ବର ୨୫ରେ ବିବାହ ହୋଇଥାନ୍ତା। କୌଣସି କାରଣବଶତଃ ବିବାହ ତାରିଖ କାନ୍‌ସଲ ହେବା ଯୋଗୁ ପରିବାରଲୋକେ ମନ୍ଦିରରେ ବିବାହ କରିବାକୁ ନିର୍ଣ୍ଣୟ ନେଇଥିଲେ।

ହେଲେ ହଳଦୀ ଉତ୍ସବ ଦିନ କବାଟ ଖୋଲିବା ମାତ୍ରେ କନ୍ୟା ଏବଂ ବରଙ୍କ ଝୁଲନ୍ତା ମୃତଦେହ ପରିବାରଲୋକେ ଦେଖିବାକୁ ପାଇଥିଲେ। ଏହାପରେ ବରଙ୍କ ପରିବାର ଯୁବତୀଙ୍କ ଭିଣୋଇଙ୍କ ଉପରେ ସନ୍ଦେହ କରୁଛନ୍ତି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସ୍ଥିତି ସ୍ପଷ୍ଟ ହେବ ବୋଲି କୁହାଯାଉଛି। ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri