ଅରବିନ୍ଦ ପାଢୀଙ୍କ ଉପରେ କାହିଁକି ଭରଷା କଲେ ସରକାର: କହୁକହୁ ଏମିତି କହିଲେ ଆଇନ ମନ୍ତ୍ରୀ

 

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ ଯାଦବଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଆଇଏଏସ୍‌ ଅଫିସର ଅରବିନ୍ଦ କୁମାର ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଭାବେ ନିଯୁକ୍ତି ଦିଆଯାଇଛି। ତେବେ ଏ ନେଇ ବୁଧବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସ୍ପଷ୍ଟୀକରଣ ରଖିଛନ୍ତି। ତେବେ ଅରବିନ୍ଦ ପାଢୀଙ୍କୁ କାହିଁକି ସରକାର ଭରଷା କରିଛନ୍ତି ସେ ନେଇ ଆଇନ ମନ୍ତ୍ରୀ ପୃଥୱୀରାଜ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଅରବିନ୍ଦ ପାଢୀ ପୂର୍ବରୁ ୨୦୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଇଥିଲେ । ସେହିପରି ନିକଟରେ ବୀର ବିକ୍ରମ ଯାଦବ ଛୁଟିରେ ଥିବା ସମୟରେ ଅରବିନ୍ଦ ପାଢୀ ଏହି ଦାୟିତ୍ୱ ତୁଲାଉଥିଲେ ।
ସୂଚନାଯୋଗ୍ୟ ଆଡପ ମଣ୍ଡପ ବିଜେ ବେଳେ ବଡ ଠାକୁର ପଡିଯାଇଥିଲେ । ସେହିପରି ରଥଟାଣିବା ବେଳେ ଜଣଙ୍କର ମୃତ୍ୟୁ ସହ ଅନେକ ଆହତ ହୋଇଥିଲେ । ଏହାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଚିନ୍ତାପ୍ରକଟ କରିଥିଲେ । ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଜରିଆରେ ସେ ମର୍ମାହତ ବୋଲି କହିଥିଲେ । ଏପରି ଅଘଟଣର କାରଣ କଣ ତଦନ୍ତ ହେବା ଦରକାର ନବୀନ କହିଥିଲେ । ପରେ ମୁଖ୍ୟମନ୍ତ୍ରୀ ମଧ୍ୟ ଚିଠି ଜରିଆରେ ଉତ୍ତର ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ସେ ଗୁରୁତର ସହ ନେବେ ବୋଲି କହିଥିଲେ । ଆଉ ଏହି ଚିଠିର କିଛି ସମୟ ପରେ ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ ପଦରୁ ଅବ୍ୟାହତି ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri