Posted inଖେଳ

ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ହାତରେ କଳା ପଟି ବାନ୍ଧି କାହିଁକି ପଡ଼ିଆକୁ ଆସିଲେ ଭାରତୀୟ ଖେଳାଳି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଆଫଗାନିସ୍ତାନର ଦଳ ଟି -୨୦ ବିଶ୍ୱକପ ୨୦୨୪ ସୁପର ୮ର ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ଭାରତୀୟ ଦଳର ଖେଳାଳିମାନେ ବାମ ହାତରେ କଳା ବ୍ୟାଣ୍ଡ ପିନ୍ଧି ପଡ଼ିଆକୁ ପ୍ରବେଶ କରିଥିଲେ। ସମସ୍ତେ ଜାଣିବାକୁ ଚାହାଁନ୍ତି ଏହା ପଛର କାରଣ କ’ଣ। ମ୍ୟାଚ ଆରମ୍ଭ ହେବାର କିଛି ମିନିଟ ପୂର୍ବରୁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ସୋସିଆଲ ମିଡିଆରେ ଏହି ସୂଚନା ଦେଇଥିଲା। ଏହି ବିଶ୍ୱକପରେ ଭାରତୀୟ ଦଳ ଅବିସ୍ମରଣୀୟ। ଗ୍ରୁପ ପର୍ଯ୍ୟାୟରେ ଭାରତ କ୍ରମାଗତ ତିନିଟି ମ୍ୟାଚ ଜିତିଥିବାବେଳେ ବର୍ଷା ହେତୁ ଗୋଟିଏ ମ୍ୟାଚ ବାତିଲ ହୋଇଛି। ଭାରତ ଟସ ଜିତି ପ୍ରଥମେ ଆଫଗାନିସ୍ତାନ ବିପକ୍ଷରେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ଟିମ ଇଣ୍ଡିଆ ଖେଳାଳିମାନେ ପୂର୍ବତନ ଦ୍ରୁତ ବୋଲର ଡେଭିଡ ଜନସନଙ୍କୁ ବାମ ହାତରେ ଏକ କଳା ବ୍ୟାଣ୍ଡ ବାନ୍ଧି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଗୁରୁବାର (ଜୁନ ୨୦) ଟିମ ଇଣ୍ଡିଆର ପୂର୍ବତନ ଦ୍ରୁତ ବୋଲର ଡେଭିଡଙ୍କ ଦେହାନ୍ତ ହୋଇଛି। ବିସିସିଆଇ X.com ରେ ଲେଖିଛି, ‘ଭାରତୀୟ ଖେଳାଳିମାନେ ଡେଭିଡ ଜନସନଙ୍କ ସ୍ମୃତିରେ କଳା ବାହୁପଟି ପିନ୍ଧି ପଡ଼ିଆକୁ ଯିବେ। ପୂର୍ବତନ ଭାରତୀୟ ଦ୍ରୁତ ବୋଲରଙ୍କ ଗୁରୁବାର ଦେହାନ୍ତ ହୋଇଛି।
୧୯୯୬ରେ ଭାରତ ପାଇଁ ଦୁଇଟି ଟେଷ୍ଟ ଖେଳିଥିବା ୫୨ ବର୍ଷିୟ ଡେଭିଡ ଜନସନ ଏଠାରେ ଥିବା ତାଙ୍କ ଆପାର୍ଟମେଣ୍ଟର ଚତୁର୍ଥ ମହଲା ବାଲକୋନିରୁ ଖସିପଡି ମୃତ୍ୟୁ ବରଣ କରିଥିଲେ। ଏହା ଆତ୍ମହତ୍ୟା ମାମଲା କି ନୁହେଁ ତାହା ଜାଣିବା ପାଇଁ ସ୍ଥାନୀୟ ପୋଲିସ ଯାଞ୍ଚ କରୁଛି। ତାଙ୍କ ପତ୍ନୀ ଏବଂ ଦୁଇ ପିଲା ଅଛନ୍ତି। ଜନସନ ତାଙ୍କ ଘର ନିକଟରେ ଏକ କ୍ରିକେଟ ଏକାଡେମୀ ଚଳାଉଥିଲେ କିନ୍ତୁ କିଛି ସମୟ ହେବ ସେ ଅସୁସ୍ଥ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri