କାହିଁକି ବାଣୀବିହାର ଓଭରବ୍ରିଜରୁ ଡେଇଁଥିଲେ ଯୁବତୀ: ସାମ୍ନାକୁ ଆସିଲା ଏହି ବଡ଼ କାରଣ, ଘଟଣା ପଛରେ…

ଭୁବନେଶ୍ୱର,୮।୯: ବାଣୀବିହାର ଓଭରବ୍ରିଜରୁ ଶନିବାର ଜଣେ ଯୁବତୀ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ତାଙ୍କ ମେରୁଦଣ୍ଡ ହାଡ଼ ଭାଙ୍ଗିଯାଇଥିବା ବେଳେ ଚିକିତ୍ସା ଚାଲିଛି। ଯୁବତୀଙ୍କ ଜଣଙ୍କ ଘର ବାଲେଶ୍ବରର ଅଞ୍ଚଳରେ। ସେ ଖଣ୍ଡଗିରି ଅଞ୍ଚଳରେ ରହି ସହିଦନଗରର ଏକ ଘରୋଇ ସଂସ୍ଥାରେ କାମ କରନ୍ତି।
ତେବେ ପ୍ରତ୍ୟେକ ଦିନ ଯୁବତୀ ଜଣକ ସ୍କୁଟି ଯୋଗେ ଯିବା ଆସିବା କରନ୍ତି। ଶନିବାର ଯୁବତୀ ଜଣଙ୍କ ରସୁଲଗଡ଼ରୁ ଖଣ୍ଡଗିରି ଫେରୁଥିବା ସମୟରେ ବାଣୀବିହାର ବ୍ରିଜ ଉପରେ ସ୍କୁଟି ରଖି କିଛି ସମୟ ବୁଲାବୁଲି କରିଥିଲେ। ପରେ ହଠାତ ସେ ବ୍ରିଜ ତଳକୁ ଡେଇଁ ପଡିଥିଲେ। ଏହି ସମୟରେ ରାସ୍ତାରେ ଯାଉଥିବା କିଛି ଯାତ୍ରୀ ଯୁବତୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡ଼ିକାଲ ପଠାଇଥିଲେ। ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ଯୁବତୀ ଜଣକୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଚାକିରି କ୍ଷେତ୍ରର କିଛି ସମସ୍ୟାକୁ ନେଇ ସେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସେପଟେ ସହିଦନଗର ଥାନା ପୋଲିସ ଅଧିକ ତଦନ୍ତତ୍‌ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri