Posted inଜାତୀୟ

ଜେଲ୍‌ ଯିବା ପରେ କାହିଁକି ଦେଇ ନ ଥିଲେ ଇସ୍ତଫା, ପ୍ରେସମିଟ୍‌ କରି ବଡ଼ ବୟାନ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଜାମିନ ପାଇବାର ଦିନେ ନ ଯାଉଣୁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଶନିବାର ସାମ୍ବାଦିକ ସମ୍ମିଳନୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ମୁଖ୍ୟ କେଜରିଓ୍ବାଲ ଭାଜପାକୁ ଟାର୍ଗେଟ କରି ଗର୍ଜିଛନ୍ତି।

ଜେଲରେ ରହିବା ପରେ ମଧ୍ୟ ସେ କାହିଁକି ତାଙ୍କ ପଦରୁ ଇସ୍ତଫା ଦେଇ ନ ଥିଲେ ଏନେଇ ମଧ୍ୟ ସ୍ପଷ୍ଟ କରିଛନ୍ତି କେଜରିଓ୍ବାଲ। ସେ କହିଛନ୍ତି, ୭୫ ବର୍ଷ ମଧ୍ୟରେ ଏତେ ସଂଖ୍ୟକ ସଂଖ୍ୟାଗରିଷ୍ଠତା ସହ କୌଣସି ରାଜ୍ୟରେ ଏତେ ବଡ଼ ବିଜୟ ହୋଇ ନାହିଁ, ସେଥିପାଇଁ ଆମ ସରକାରକୁ ହଟାଇବା ପାଇଁ ଏପରି ଷଡଯନ୍ତ୍ର କରାଯାଇଛି। ସେମାନେ ଭାବିଥିଲେ ଏପରି ମାମଲା ରୁଜୁ କରି ଜେଲରେ ରଖିଲେ ମୁଁ ଇସ୍ତଫା ଦେଇଦେବି। ଏହାପରେ ସେମାନେ ସରକାର ଭାଙ୍ଗି ଦେଇଥା’ନ୍ତେ। ସେମାନଙ୍କର ଚାଲ୍‌ ଜାଣିପାରି ନିଷ୍ପତ୍ତି ନେଲି କି, ସେମାନଙ୍କ ଜାଲରେ ଫଶିବି ନାହିଁ ବୋଲି କେଜରିଓ୍ବାଲ କହିଛନ୍ତି।

ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ଯଦି ଆପଣ ଗଣତନ୍ତ୍ରକୁ ଜେଲରେ ରଖନ୍ତି ତେବେ ମୁଁ ସରକାର ଜେଲରୁ ଚଳାଇବି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଜୀ ମଧ୍ୟ ଇସ୍ତଫା ଦେବା ଉଚିତ ନ ଥିଲା। ମୁଁ କେବେ କ୍ଷମତା ଲୋଭୀ ନୁହେଁ। ଦିଲ୍ଲୀରେ ପ୍ରଥମ ଥର ଯେତେବେଳେ କ୍ଷମତାକୁ ଆସିଥିଲି, ମାତ୍ର ୪୯ ଦିନ ପରେ ହିଁ ଇସ୍ତଫା ଦେଇଥିଲି।

ମୋର ଉଦ୍ଦେଶ୍ୟ ମୁଖ୍ୟମନ୍ତ୍ରୀ କିମ୍ବା ପ୍ରଧାନମନ୍ତ୍ରୀ ହେବା ନୁହେଁ, ବରଂ ଦେଶର ଗଣତନ୍ତ୍ରର ସୁରକ୍ଷା, ଦେଶବାସୀଙ୍କ ସେବା କରିବା ଏବଂ ମୋ ଦେଶର ପ୍ରଗତି କରିବା। ଆୟକର କମିଶନର ବି ଚାକିରି ଛାଡି ଦିଲ୍ଲୀର ବସ୍ତିରେ କାମ କରିଛନ୍ତି ବୋଲି କେଜରିଓ୍ବାଲ କହିଛନ୍ତି। ଆମ ଦଳ ବହୁତ ଛୋଟ। କିନ୍ତୁ ସରକାର ଏତେ ଛୋଟ ଦଳକୁ ଭୟ କରୁଛନ୍ତି ଏବଂ ଏହାକୁ ଭାଙ୍ଗିବାକୁ ଚାହୁଁଛନ୍ତି। ଦଳର ଚାରିଜଣ ବଡ ନେତାଙ୍କୁ ଜେଲକୁ ପଠାଯାଇଛି। କ’ଣ ଆପଣ ପାର୍ଟିକୁ ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ମୋଦିଙ୍କୁ ଟାର୍ଗେଟ କରିଛନ୍ତି କେଜରିଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri