କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, ଏହାର ବଡ଼ କାରଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍‌ ନ ଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି ସେ କହିଛନ୍ତି। ଶତ ପ୍ରତିଶତ ଆବେଦନ କ୍ଲିୟର ହୋଇଛି, ଆଉ ପେଣ୍ଡିଂ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ମଙ୍ଗଳବାର ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଯୋଜନାରେ ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ।
ଏଥିସହିତ ପ୍ରଧାନମନ୍ତ୍ରୀ ଅନେକ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ। ଓଡ଼ିଶାରେ ୨,୮୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ୪ଟି ପ୍ରକଳ୍ପ ପାଇଁ ଭିତ୍ତି ରଖିଥିବା ବେଳେ ଆଉ ୪ଟି ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରିଥିଲେ। ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପ ମଧ୍ୟରେ ଲାଞ୍ଜିଗଡ଼ ରୋଡ୍‌-ଅମ୍ବାଦୋଳା- ଦହିକାଲୁ ତୃତୀୟ ଲାଇନ୍‌, ଲକ୍ଷ୍ମୀପୁର ରୋଡ୍‌- ସିଙ୍ଗାରାମ- ଟିକିରି ଦୋହରୀକରଣ, ବାଙ୍ଗୁରକେଲା-ନୂଆଗାଁ ଦୋହରୀକରଣ ଏବଂ ଢେଙ୍କାନାଳ- ସଦାଶିବପୁର- ହିନ୍ଦୋଳ ରୋଡର ତୃତୀୟ ଓ ଚତୁର୍ଥ ଲାଇନ। ସେହିପରି ପାରାଦୀପ- ବଡ଼ବନ୍ଧ ତୃତୀୟ ଓ ଚତୁର୍ଥ ଲାଇନ୍‌, ଏମ୍‌ସିଆର୍‌ଏଲ୍‌ ଭିତର କରିଡର ପ୍ରଥମ ପର୍ଯ୍ୟାୟର ଦୋହରୀକରଣ, ଜୟପୁର-ନବରଙ୍ଗପୁର ନୂତନ ଲାଇନ୍‌ ଓ ସିଜୁ ଏବଂ ପାରାଦୀପ କୋଚିଙ୍ଗ ୟାର୍ଡ ମଧ୍ୟରେ ଫ୍ଲାଏଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହିସବୁ ପ୍ରକଳ୍ପ ଦ୍ୱାରା ଆଞ୍ଚଳିକ ଅର୍ଥନୀତିରେ ଉନ୍ନତି ଆସିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୧,୦୦୦ କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri