କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, ଏହାର ବଡ଼ କାରଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍‌ ନ ଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି ସେ କହିଛନ୍ତି। ଶତ ପ୍ରତିଶତ ଆବେଦନ କ୍ଲିୟର ହୋଇଛି, ଆଉ ପେଣ୍ଡିଂ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ମଙ୍ଗଳବାର ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଯୋଜନାରେ ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ।
ଏଥିସହିତ ପ୍ରଧାନମନ୍ତ୍ରୀ ଅନେକ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ। ଓଡ଼ିଶାରେ ୨,୮୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ୪ଟି ପ୍ରକଳ୍ପ ପାଇଁ ଭିତ୍ତି ରଖିଥିବା ବେଳେ ଆଉ ୪ଟି ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରିଥିଲେ। ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପ ମଧ୍ୟରେ ଲାଞ୍ଜିଗଡ଼ ରୋଡ୍‌-ଅମ୍ବାଦୋଳା- ଦହିକାଲୁ ତୃତୀୟ ଲାଇନ୍‌, ଲକ୍ଷ୍ମୀପୁର ରୋଡ୍‌- ସିଙ୍ଗାରାମ- ଟିକିରି ଦୋହରୀକରଣ, ବାଙ୍ଗୁରକେଲା-ନୂଆଗାଁ ଦୋହରୀକରଣ ଏବଂ ଢେଙ୍କାନାଳ- ସଦାଶିବପୁର- ହିନ୍ଦୋଳ ରୋଡର ତୃତୀୟ ଓ ଚତୁର୍ଥ ଲାଇନ। ସେହିପରି ପାରାଦୀପ- ବଡ଼ବନ୍ଧ ତୃତୀୟ ଓ ଚତୁର୍ଥ ଲାଇନ୍‌, ଏମ୍‌ସିଆର୍‌ଏଲ୍‌ ଭିତର କରିଡର ପ୍ରଥମ ପର୍ଯ୍ୟାୟର ଦୋହରୀକରଣ, ଜୟପୁର-ନବରଙ୍ଗପୁର ନୂତନ ଲାଇନ୍‌ ଓ ସିଜୁ ଏବଂ ପାରାଦୀପ କୋଚିଙ୍ଗ ୟାର୍ଡ ମଧ୍ୟରେ ଫ୍ଲାଏଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହିସବୁ ପ୍ରକଳ୍ପ ଦ୍ୱାରା ଆଞ୍ଚଳିକ ଅର୍ଥନୀତିରେ ଉନ୍ନତି ଆସିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୧,୦୦୦ କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri