Posted inରାଜ୍ୟ

କାହିଁକି ଏହିି ମହିଳାଙ୍କୁ ମିଳିଲା ନାହିଁ ଟଙ୍କା? ସୁଭଦ୍ରାର ୩ୟ କିସ୍ତି ଆସିବ କି ନାହିଁ? ଜାଣନ୍ତୁ…

ଭୁବନେଶ୍ୱର,୨।୮: ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ବଡ଼ ଘୋଷଣା କରିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି । ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପାଇସାରିଛନ୍ତି ୧ କୋଟିରୁ ଅଧିକ ହିତାଧିକାରୀ ।

ତେବେ ୩ୟ କିସ୍ତି ଟଙ୍କା କେବେ ଆସିବ? କେଉଁମାନେ ପାଇବେ? ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସୁଭଦ୍ରା ଯୋଜନା ଟଙ୍କା ପହଞ୍ଚାଇବା ନେଇ ପୂର୍ବରୁ ବି ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅର୍ଥାତ ଅଗଷ୍ଟ ୯ ତାରିଖରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପ୍ରସ୍ତାବକୁ ଏହି ବୈଠକରେ ଅନୁମୋଦନ କରାଯାଇଛି ।

ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାନ୍ତି ତାଙ୍କ ପାଇଁ ବଡ଼ ସୂଚନା । ସୁଭଦ୍ରା ପୋର୍ଟାଲ ପୁଣି ଖୋଲିବା ନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯେଉଁମାନେ ପାଇନାହାନ୍ତି ଓ କାହିଁକି କଟିଛି ଜାଣିବାକୁ ଚାହୁଁଛନ୍ତି ସେମାନେ ୱେବ୍‌ସାଇଟକୁ ଯାଇ ଏହାର କାରଣ ଜାଣିପାରିବେ । ସୁଭଦ୍ରା ପୋର୍ଟାଲରେ ଏ ନେଇ ନୂଆ ଫିଚର ଆସିଛି । ପୋର୍ଟାଲ ଖୋଲିବା ପରେ ଜାଣିପାରିବେ । ଜନସେବା କେନ୍ଦ୍ରରେ ବି ଏ ନେଇ ପାଇପାରିବେ ତଥ୍ୟ । ବ୍ୟାଙ୍କ ଆକାଉଣ୍ଟ ଓ ଆଧାର ତଥ୍ୟ ମେଳ ଖାଉନଥିଲେ ସୁଭଦ୍ରା ଆବେଦନ ଖାରଜ ହୋଇଯିବ । ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଭୁଲ ଆଧାର ତଥ୍ୟ ଦିଆଯାଇଥିବ ତେବେ ଆବେଦନ ରିଜେକ୍ଟ ହୋଇଯିବ ।

ସେହିଭଳି ଅନେକ ହିତାଧିକାରୀଙ୍କ E-KYC ହୋଇନଥିବାରୁ ସେମାନେ ବି ସୁଭଦ୍ରା ତାଲିକାରୁ ବାଦ୍ ପଡିଛନ୍ତି । ଅଯୋଗ୍ୟ ତାଲିକାରେ ସେମାନଙ୍କ ନାଁ ରହିଛି । ବିସ୍ତୃତ ତଥ୍ୟ ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ପାଇପାରିବେ ହିତାଧିକାରୀ । କେବଳ ସେତିକି ନୁହେଁ ନାଁ କିମ୍ବା ଅନ୍ୟ ତଥ୍ୟ ମେଳ ଖାଉନଥିଲେ ବି ସୁଭଦ୍ରା ତାଲିକାରୁ ଅଯୋଗ୍ୟ ଘୋଷିତ ହେବେ । ଆଉ ବଡ କଥା ହେଉଛି ତଥ୍ୟ ସଂଶୋଧନ କଲା ପରେ ପୁନଶ୍ଚ ଆବେଦନ କରି ସୁଭଦ୍ରା ଟଙ୍କା ପାଇପାରିବେ । ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।

ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri