Posted inରାଜ୍ୟ

କାହିଁକି ଏହିି ମହିଳାଙ୍କୁ ମିଳିଲା ନାହିଁ ଟଙ୍କା? ସୁଭଦ୍ରାର ୩ୟ କିସ୍ତି ଆସିବ କି ନାହିଁ? ଜାଣନ୍ତୁ…

ଭୁବନେଶ୍ୱର,୨।୮: ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ବଡ଼ ଘୋଷଣା କରିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି । ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପାଇସାରିଛନ୍ତି ୧ କୋଟିରୁ ଅଧିକ ହିତାଧିକାରୀ ।

ତେବେ ୩ୟ କିସ୍ତି ଟଙ୍କା କେବେ ଆସିବ? କେଉଁମାନେ ପାଇବେ? ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସୁଭଦ୍ରା ଯୋଜନା ଟଙ୍କା ପହଞ୍ଚାଇବା ନେଇ ପୂର୍ବରୁ ବି ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅର୍ଥାତ ଅଗଷ୍ଟ ୯ ତାରିଖରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପ୍ରସ୍ତାବକୁ ଏହି ବୈଠକରେ ଅନୁମୋଦନ କରାଯାଇଛି ।

ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାନ୍ତି ତାଙ୍କ ପାଇଁ ବଡ଼ ସୂଚନା । ସୁଭଦ୍ରା ପୋର୍ଟାଲ ପୁଣି ଖୋଲିବା ନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯେଉଁମାନେ ପାଇନାହାନ୍ତି ଓ କାହିଁକି କଟିଛି ଜାଣିବାକୁ ଚାହୁଁଛନ୍ତି ସେମାନେ ୱେବ୍‌ସାଇଟକୁ ଯାଇ ଏହାର କାରଣ ଜାଣିପାରିବେ । ସୁଭଦ୍ରା ପୋର୍ଟାଲରେ ଏ ନେଇ ନୂଆ ଫିଚର ଆସିଛି । ପୋର୍ଟାଲ ଖୋଲିବା ପରେ ଜାଣିପାରିବେ । ଜନସେବା କେନ୍ଦ୍ରରେ ବି ଏ ନେଇ ପାଇପାରିବେ ତଥ୍ୟ । ବ୍ୟାଙ୍କ ଆକାଉଣ୍ଟ ଓ ଆଧାର ତଥ୍ୟ ମେଳ ଖାଉନଥିଲେ ସୁଭଦ୍ରା ଆବେଦନ ଖାରଜ ହୋଇଯିବ । ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଭୁଲ ଆଧାର ତଥ୍ୟ ଦିଆଯାଇଥିବ ତେବେ ଆବେଦନ ରିଜେକ୍ଟ ହୋଇଯିବ ।

ସେହିଭଳି ଅନେକ ହିତାଧିକାରୀଙ୍କ E-KYC ହୋଇନଥିବାରୁ ସେମାନେ ବି ସୁଭଦ୍ରା ତାଲିକାରୁ ବାଦ୍ ପଡିଛନ୍ତି । ଅଯୋଗ୍ୟ ତାଲିକାରେ ସେମାନଙ୍କ ନାଁ ରହିଛି । ବିସ୍ତୃତ ତଥ୍ୟ ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ପାଇପାରିବେ ହିତାଧିକାରୀ । କେବଳ ସେତିକି ନୁହେଁ ନାଁ କିମ୍ବା ଅନ୍ୟ ତଥ୍ୟ ମେଳ ଖାଉନଥିଲେ ବି ସୁଭଦ୍ରା ତାଲିକାରୁ ଅଯୋଗ୍ୟ ଘୋଷିତ ହେବେ । ଆଉ ବଡ କଥା ହେଉଛି ତଥ୍ୟ ସଂଶୋଧନ କଲା ପରେ ପୁନଶ୍ଚ ଆବେଦନ କରି ସୁଭଦ୍ରା ଟଙ୍କା ପାଇପାରିବେ । ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।

ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?