Posted inଜାତୀୟ

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା ସୱରାଜଙ୍କ ଝିଅ ତଥା ନୂଆଦିଲ୍ଲୀ ଏମ୍‌ପି ବନସୁରୀ ସ୍ବରାଜ ଏକ ପ୍ରତିକ୍ରିୟା ଦେଇଛନ୍ତି।

ଗୁରୁବାର ଏକ ଜାତୀୟ ଗଣମାଧ୍ୟମର ଏକ କନ୍‌କ୍ଲେଭରେ ଏମ୍‌ପି ବନସୁରୀ କହିଛନ୍ତି ଯେ, ଆତିଶୀ କେବଳ ମୁଖ୍ୟମନ୍ତ୍ରୀ ଚେୟାରରେ ବସିବେ। କିନ୍ତୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ କେଜ୍ରିୱାଲ କାର୍ଯ୍ୟ କରିବେ କହି ଏଏପିକୁ କଡ଼ା ସମାଲୋଚନା କରିଛନ୍ତି।

ମଦ ନୀତି ମାମଲାରେ ଇଡି-ସିବିଆଇ ଦ୍ୱାରା ତଦନ୍ତର ସମ୍ମୁଖୀନ ହେଉଥିବା ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପରେ ଆତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ଭାବେ ସପଥ ନେବେ। ଏହାରି ଭିତରେ ଦିଲ୍ଲୀର ଭବିଷ୍ୟତ କ’ଣ ହେବ ଏବଂ ଏଥିରେ ଏଏପିର ଭୂମିକା କ’ଣ ହେବ? ଏହାର ଜବାବରେ ବନସୁରୀ କହିଛନ୍ତି, ଅତିଶୀଙ୍କୁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି। ଦଳ ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ମନୋନୀତ କରିଛି। କିନ୍ତୁ ଆତିଷୀଙ୍କ ବିବୃତ୍ତି ଶୁଣିବା ପରେ ମୁଁ ଅତ୍ୟନ୍ତ ନିରାଶ ହୋଇଥିଲି। ଅରବିନ୍ଦ କେଜରିଓ୍ବାଲ ହେଉଛନ୍ତି ଦିଲ୍ଲୀର ଜଣେ ମାତ୍ର ମୁଖ୍ୟମନ୍ତ୍ରୀ। ଏଥିରେ ମୋର କହିବାରେ କୌଣସି ଅସୁବିଧା ନାହିଁ ଯେ, ସେ ମହିଳା ସଶକ୍ତିକରଣ ଆନ୍ଦୋଳନକୁ ୧୦୦ ବର୍ଷ ପଛରେ ପକାଇ ଦେଇଛନ୍ତି।

ଗଣମାଧ୍ୟମ ଏକ ପ୍ରଶ୍ନର ଉତ୍ତରରେ ବାନସୁରୀ ଏକ ମଜାଦାର ଉତ୍ତର ଦେଇଥିଲେ। ବାନସୁରୀଙ୍କୁ ପଚରାଯାଇଥିଲା ଯେ, ଯଦି ତାଙ୍କୁ ଗୋଟିଏ ଦିନ ପାଇଁ ଅନ୍ୟ କୌଣସି ରାଜନେତା ଭୂମିକାରେ ଅଭିନୟ କରିବାକୁ ପଡିବ, ତେବେ ସେ କେଉଁ ନେତା ହେବେ? ଏହାର ଉତ୍ତରରେ ବନସୁରୀ କହିଥିଲେ ମୁଁ ରାହୁଲ ଗାନ୍ଧୀ ହେବାକୁ ଚାହେଁ। ଏହାର କାରଣ ହେଉଛି, ମୁଁ ଯେତେବେଳେ ବିଦେଶ ଯିବି, ବିଶ୍ୱରେ ମୋ ଦେଶକୁ ଲଜ୍ଜିତ କରିବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri