Posted inଜାତୀୟ

ନେହେରୁଙ୍କୁ କାହିଁକି ଘୃଣା କରୁଛନ୍ତି କେନ୍ଦ୍ର ସରକାର, ସଞ୍ଜୟଙ୍କ ପ୍ରଶ୍ନ…

ମୁମ୍ବାଇ,୫।୯: ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର କେନ୍ଦ୍ର ସରକାରଙ୍କ ବିରୋଧରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଭାରତର ସ୍ବାଧିନତାର ୭୫ ତମ ବାର୍ଷିକୀ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଏକ ଅନୁଷ୍ଠାନ ଦ୍ୱାରା ଜାରି ହୋଇଥିବା ପୋଷ୍ଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଫଟୋକୁ ଅନ୍ତର୍ଭୂକ୍ତ ନ କରାଯିବା କେନ୍ଦ୍ରର ସଂକୀର୍ଣ୍ଣ ମାନସିକତା ଦର୍ଶାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନେହେରୁଙ୍କୁ ଏତେ ଘୃଣା କାହିଁକି କରୁଛନ୍ତି ସେ ନେଇ ସଞ୍ଜୟ ପ୍ରଶ୍ନ କରିଛନ୍ତି।

ସଞ୍ଜୟ ଶିବସେନା ମୁଖପତ୍ର ସାମନାର ତାଙ୍କ ସାପ୍ତାହିକ ସ୍ତମ୍ଭରେ ଲେଖିଛନ୍ତି, ଶିକ୍ଷା ମନ୍ତ୍ରଣାଳୟର ସ୍ବୟଂଶାସିତ ସଂସ୍ଥା ଭାରତୀୟ ଇତିହାସ ଅନୁସନ୍ଧାନ ପରିଷଦ (ଆଇସିଏଚ) ନେହେରୁ ଏବଂ ମୌଲାନା ଅବୁଲ କଲାମ ଆଜାଦଙ୍କ ଫଟୋକୁ ପୋଷ୍ଟରରେ ସାମିଲ କରି ନାହିଁ। ଏହା ରାଜନୈତିକ ପ୍ରତିଶୋଧ ବୋଲି ସଞ୍ଜୟ ଅଭିଯୋଗ କରିଛନ୍ତି। ଏପରି କାର୍ଯ୍ୟ ଭଲ ନୁହେଁ ଏବଂ ଏହା ସଂକୀର୍ଣ୍ଣ ମାନସିକତାକୁ ଦର୍ଶାଏ। ପ୍ରତ୍ୟେକ ସ୍ବାଧୀନତା ସଂଗ୍ରାମୀଙ୍କ ପାଇଁ ଏହା ଏକ ଅପମାନ।

କେନ୍ଦ୍ର ଦ୍ୱାରା ନିକଟରେ ଘୋଷଣା କରାଯାଇଥିବା ଜାତୀୟ ମୋନେଟାଇଜେସନ ପାଇପଲାଇନ ଯୋଜନା ସମ୍ପର୍କରେ ସେ କହିଛନ୍ତି ଯେ ନେହେରୁ କ’ଣ କରିଛନ୍ତି ଯାହାକୁ ସେ ଏତେ ଘୃଣା କରାଯାଉଛି। ବରଂ ତାଙ୍କ ଦ୍ୱାରା ସ୍ଥାପିତ ହୋଇଥିବା ଅନୁଷ୍ଠାନଗୁଡିକ ବର୍ତ୍ତମାନ ଭାରତୀୟ ଅର୍ଥନୀତିକୁ ଶକ୍ତି ପ୍ରଦାନ କରୁଛି। ରାଷ୍ଟ୍ର ନିର୍ମାଣରେ ନେହେରୁ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଅମର ଅବଦାନକୁ କେନ୍ଦ୍ରର ଭାଜପା ସରକାର ନଷ୍ଟ କରିପାରିବେ ନାହିଁ। ନେହେରୁଙ୍କ ଅବଦାନକୁ ପ୍ରତ୍ୟାଖ୍ୟାନ କରିଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କୁ ଇତିହାସରେ ଖଳ ନାୟକ କୁହାଯିବ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?