Posted inଜାତୀୟ

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଶୋକର ଲହର ଖେଳିଯାଇଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ସମୟ ପରେ ସେ ଆଖି ବୁଜିଥିଲେ।

ମନମୋହନ ସିଂ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଥିଲେ। ସେ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୨ ଥର ଭାରତର ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ।ଏହାଛଡ଼ା ସେ ଅନେକ କାରଣକୁ ନେଇ ମନେ ରହିବେ। ଯଦି କେବେ ଆଖି ବନ୍ଦ କରି ତାଙ୍କ କଥା କେହି ଚିନ୍ତା କରେ ତେବେ ସର୍ବପ୍ରଥମେ ତାଙ୍କର ନୀଳ ରଙ୍ଗର ପଗଡ଼ି ନଜର ଆସିବ।

ଅଧିକାଂଶ ସମୟରେ କେବଳ ନୀଳ ରଙ୍ଗର ପଗଡ଼ି ପିନ୍ଧୁଥିଲେ ମନମୋହନ। ଏହା ପଛରେ ରହିଥିଲା ବଡ଼ କାରଣ। ଏକଦା ସେ କହିଥିଲେ ଯେ ଏହି ରଙ୍ଗର ପଗଡ଼ି ତାଙ୍କ ଲାଗି ସ୍ବତନ୍ତ୍ର। ୨୦୦୬ରେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରୁ ତାଙ୍କୁ ଡକ୍ଟରେଟ୍‌ ଅଫ୍‌ ଲ’ରେ ସମ୍ମାନିତ କରାଯାଇଥିଲା। ଏହି ସମୟରେ ସେ ଯେବେ ଷ୍ଟେଜ୍‌କୁ ଯାଉଥିଲେ , ସେତେବେଳେ ଡ୍ୟୁକ୍‌ ଅଫ୍‌ ଆଡିନ୍‌ବର୍ଗ ପ୍ରିନ୍ସ ଫିଲିପ୍‌ ତାଙ୍କ ପଗଡ଼ି ଆଡ଼କୁ ଇଙ୍ଗିତ କରି, ଦେଖ ତାଙ୍କ ପଗଡ଼ିର ରଙ୍ଗ ବୋଲି କହିଥିଲେ। ଏହି ଟିପ୍ପଣୀ ପରେ ହାଲକା ନୀଳ ରଙ୍ଗ ତାଙ୍କର ପ୍ରିୟ ରଙ୍ଗ ବୋଲି ସେ କହିଥିଲେ। ଏହି ରଙ୍ଗ ତାଙ୍କୁ କ୍ରେମ୍ବ୍ରିଜ ସମୟକୁ ମନେ ପକାଇ ଦେଉଥିଲା।

ଯେତେବେଳେ ମନମୋହନ କେମ୍ବ୍ରିଜରେ ପଢ଼ୁଥିଲେ, ସେତେବେଳେ ନୀଳ ରଙ୍ଗର ପଗଡ଼ି ପିନ୍ଧୁଥିଲେ। ତାଙ୍କୁ ବନ୍ଧୁମାନେ ‘ବ୍ଲୁ ଟର୍ବନ’ ନାମରେ ଡାକୁଥିଳେ। ଏହା ତାଙ୍କ ନିକ୍‌ନେମ୍‌ ପାଲଟିଥିଲା। ଏହି କାରଣରୁ ନୀଳ ରଙ୍ଗର ପଗଡ଼ି ତାଙ୍କ ପରିଚୟର ବଡ଼ ଅଂଶ ଥିଲା।

କହିରଖୁଛୁ, ମନମୋହନଙ୍କ ବିୟୋଗରେ କେନ୍ଦ୍ର ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ତାଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟଦା ସହ ନିଗମବୋଧ ଘାଟରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri