୧୬ ବର୍ଷର ବିବାହ, ଦୁଇ ଝିଅ; ଅଧୁନାଙ୍କ ସହ ସମ୍ପର୍କ ଛିନ୍ନ କରି ଦ୍ୱିତୀୟ ବିବାହ କଲେ ଫର୍‌ହାନ୍‌

ବମ୍ବେ: ୩ ବର୍ଷର ପ୍ରେମ, ୧୬ ବର୍ଷର ବିବାହକୁ ଭୁଲି ଆଗକୁ ବଢ଼ିଛନ୍ତି ବଲିଉଡ୍‌ ଅଭିନେତା ଫରହାନ୍‌ ଅଖ୍‌ତର। ଶନିବାର ସେ ପ୍ରେମିକା ଶିବାନୀ ଦାଣ୍ଡେକରଙ୍କୁ ବିବାହ କରିଛନ୍ତି। ଉଭୟ ଦୀର୍ଘ ଚାରି ବର୍ଷ ଧରି ପରସ୍ପରକୁ ଡେଟ୍‌ କରୁଥିଲେ। ସେମାନଙ୍କ ବିବାହର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ବ୍ୟକ୍ତିଗତ ଜୀବନ ଦେଖିଲେ ଫର୍‌ହାନ ଅଧୁନା ଭବାନୀଙ୍କୁ ପ୍ରଥମେ ବିବାହ କରିଥିଲେ। ୨୦୧୬ରେ ସେମାନେ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୭ରେ ସେମାନଙ୍କ ଛାଡ଼ପତ୍ର ହୋଇଥିଲା। ଏହି ବିବାହରୁ ସେମାନଙ୍କର ଦୁଇ ଝିଅ ରହିଛି।
ପେସାରେ ଅଧୁନା ଜଣେ ସେଲିବ୍ରିଟି ହେୟାରଷ୍ଟାଇଲିଷ୍ଟ। ଲଣ୍ଡନରେ ତାଙ୍କ ଜନ୍ମ। ଫର୍‌ହାନଙ୍କଠାରୁ ୬ ବର୍ଷ ବଡ଼ ଥିଲେ ସେ।

ଏକ ନାଇଟ୍‌ କ୍ଲବରେ ଦେଖା ହେବା ପରେ ପ୍ରେମରେ ପଡ଼ିଥିଲେ ଉଭୟ। ତିନି ବର୍ଷ ଧରି ସେମାନେ ଡେଟ୍‌ କରିଥିଲେ। ବୟସରେ ବଡ଼ ଥିବା ସତ୍ତ୍ୱେ ଫର୍‌ହାନ ୨୦୦୦ରେ ଅଧୁନାଙ୍କ ହାତ ଧରିଥିଲେ। ମାତ୍ର ଅଲଗା ହେବା ପରେ ଅନେକ ନାୟିକାଙ୍କ ସହ ଫରହାନଙ୍କ ନାଁ ଯୋଡ଼ା ଯାଇଥିଲା। ସେଥିରେ ଅଦିତି ରାଓ ହୈଦରୀ ଏବଂ ଶ୍ରଦ୍ଧା କପୁର ପ୍ରମୁଖ ରହିଥିଲେ। ମାତ୍ର ଶେଷରେ ଶିବାନୀ ହିଁ ତାଙ୍କ ହୃଦୟରେ ଜାଗା କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?