Posted inଜାତୀୟ

ଲାଲ ଡାଏରୀକୁ କାହିଁକି ଭୟ: ଗେହଲଟଙ୍କୁ ଶାହାଙ୍କ ପ୍ରଶ୍ନ…

ଜୟପୁର,୨୬।୮ : ରାଜସ୍ଥାନର ଗଙ୍ଗାପୁରରେ ଶନିବାର ଏକ କୃଷକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କୁ କଡ଼ା ସମାଲୋଚନା କରଛନ୍ତି। ସେ କହିଛନ୍ତି ଆଜିକାଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଲାଲ ଡାଏରୀକୁ ବହୁତ ଡରୁଛନ୍ତି। ସେ କାହିଁକି ଭୟଭୀତ? ବାସ୍ତବରେ ତାଙ୍କର କଳା କାର୍ଯ୍ୟଗୁଡ଼ିକ ଲାଲ ଡାଏରୀରେ ଲୁଚି ରହିଛି। ଲାଲ ଡାଏରୀରେ କୋଟି କୋଟି ଟଙ୍କାର ଦୁର୍ନୀତିର ବିବରଣୀ ରହିଛି।

ଯଦି ତାଙ୍କର ସାହସ ଅଛି, ତେବେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ଏବଂ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ସବୁକିଛି ସାମ୍ନାକୁ ଆସିବ ।

ଶାହା ଗଙ୍ଗାପୁର ସହରରେ ପହଞ୍ଚିବା ପରେ କିଛି କଂଗ୍ରେସ କର୍ମୀ କାର୍ଯ୍ୟକ୍ରମ ଆରମ୍ଭରେ ସ୍ଲୋଗାନ ଦେଉଥିବାର ଦେଖାଯାଇଥିଲା। ଏ ନେଇ ଶାହା ଅଶୋକ ଗେହଲଟଙ୍କୁ ଟାର୍ଗେଟ କରିଥିଲେ। ଗେହଲଟ କିଛି ଲୋକଙ୍କୁ ପଠାଇଛନ୍ତି। ଏହା ସହିତ ଶାହା ଊପସ୍ଥିତ ଲୋକମାନଙ୍କୁ ନିବେଦନ କରି କହିଥିଲେ ତୁମେ ସେମାନଙ୍କୁ ସ୍ଲୋଗାନ ଦେବାକୁ ଦିଅ। କେହି ସେଠାକୁ ଯିବା ଉଚିତ ନୁହେଁ। କିଛି ସମୟ ପାଇଁ ସେମାନଙ୍କର କାର୍ଯ୍ୟକ୍ରମ କରିବା ପରେ, ସେମାନେ କ୍ଳାନ୍ତ ହୋଇ ଫେରିଯିବେ।

ଏଥିସହ ଶାହା କେନ୍ଦ୍ର ସରକାରଙ୍କ ସଫଳତାକୁ ଗଣନା କରି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମର ମହାକାଶ ମିଶନକୁ ନୂତନ ଗତି ଏବଂ ଶକ୍ତି ଦେଇଛନ୍ତି । ଆଜି ଚନ୍ଦ୍ରର ଦକ୍ଷିଣ ପୋଲରେ ପହଞ୍ଚିବାରେ ଭାରତ ପ୍ରଥମ ଦେଶ ହୋଇପାରିଛି। ଦେଶବାସୀଙ୍କ ପାଇଁ ଏହା ଗର୍ବର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?