Posted inଖେଳ

କୋଚ୍‌ ଗମ୍ଭୀର କାହିଁକି ଦେଲେନି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସାଥ୍‌, ସାମ୍ନାକୁ ଆସିଲା ବହୁତ ବଡ଼ ରାଜ୍‌

ନୂଆଦିଲ୍ଲୀ,୧୯।୮: ଶ୍ରୀଲଙ୍କା ଗସ୍ତ ପାଇଁ ବିସିସିଆଇ ଟିମ ଇଣ୍ଡିଆ ଘୋଷଣା କରିଛି। ରୋହିତ ଶର୍ମା ଦିନିକିଆ ସିରିଜର ଅଧିନାୟକ ହେବେ। କିନ୍ତୁ ଟି -୨୦ର ହାର୍ଦ୍ଦିକ ପାଣ୍ଡ୍ୟା ଦଳର ନେତୃତ୍ୱ ନେଇପାରନ୍ତି ବୋଲି ଆଶା କରାଯାଉଥିଲା। କିନ୍ତୁ ଗୌତମ ଗମ୍ଭୀର ନୂତନ ମୁଖ୍ୟ ପ୍ରଶିକ୍ଷକ ହେବା ମାତ୍ରେ ସେ ଟି -୨୦ର ଅଧିନାୟକ ଦାୟିତ୍ୱ ସୂର୍ଯ୍ୟକୁମାର ଯାଦବଙ୍କୁ ଦେଇଛନ୍ତି। ଅଧିନାୟକ ନ ପାଇ ହାର୍ଦ୍ଦିକଙ୍କ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ଆସନ୍ତୁ ଜାଣିବା କାହିଁକି ପାଣ୍ଡ୍ୟାଙ୍କୁ ଅଧିନାୟକ କରାଯାଇନାହିଁ…

ରିପୋର୍ଟ ଅନୁଯାୟୀ, ଫିଟନେସକୁ ନେଇ ଚିନ୍ତା ଏବଂ କାର୍ଯ୍ୟଭାର ପରିଚାଳନା କରିବା ଏହି ୨ କାରଣ ଯୋଗୁ ଅଧିନାୟକ ନିଷ୍ପତ୍ତି ହାର୍ଦ୍ଦିକଙ୍କ ବିରୁଦ୍ଧରେ ଯାଇଥିଲା। ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଡରେ ଆଘାତ ଲାଗିଥିବାରୁ ହାର୍ଦ୍ଦିକ ଏକ ଦୀର୍ଘ ବିରତି ନେଇଥିଲେ। ସେ ଅନେକ ମାସ ପରେ ଆଇପିଏଲ ୨୦୨୪ରେ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହା ପୂର୍ବରୁ ମଧ୍ୟ ସେ ଆହତ କାରଣରୁ ଟୁର୍ନାମେଣ୍ଟ ଏବଂ ସିରିଜ ହରାଇଛନ୍ତି।

କୌଣସି ଫର୍ମାଟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟିମ ଇଣ୍ଡିଆର ଅଧିନାୟକତ୍ୱ ମିଳିବା ବର୍ତ୍ତମାନ କଷ୍ଟକର ମନେ ହେଉଛି। ହାର୍ଦ୍ଦିକ ଟି -୨୦ ଦଳରେ ଅଛନ୍ତି, କିନ୍ତୁ ତାଙ୍କୁ ଉପ-ଅଧିନାୟକ ମଧ୍ୟ କରାଯାଇନାହିଁ। ଅନ୍ୟ ଏକ ଗଣମାଧ୍ୟମ ରିପୋର୍ଟରେ ଏହା ମଧ୍ୟ ପ୍ରକାଶ ପାଇଛି ଯେ, ସୂର୍ଯ୍ୟକୁମାର ଯାଦବଙ୍କୁ ଟି -୨୦ ବିଶ୍ୱକପ୍‌ ୨୦୨୬ ପର୍ଯ୍ୟନ୍ତ ଅଧିନାୟକ ଭାବେ ରଖାଯାଇପାରିରେ।

 


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri