Posted inଖେଳ

ହାଇ ଆଲର୍ଟରେ ଲର୍ଡସ କ୍ରିକେଟ ଗ୍ରାଉଣ୍ଡ, ଖେଳାଯାଉଛି  ଭାରତ- ଇଂଲଣ୍ଡ ଟେଷ୍ଟ ମ୍ୟାଚ୍‌; ଜାଣନ୍ତୁ କାହିଁକି… 

ଲର୍ଡସ,୧୧।୭: ଟିମ୍‌ ଇଣ୍ଡିଆ ଏବଂ ଇଂଲଣ୍ଡ କ୍ରିକେଟ ଟିମ୍‌ ମଧ୍ୟରେ ଲଣ୍ଡନର ପ୍ରତିଷ୍ଠିତ ଲର୍ଡସ କ୍ରିକେଟ ଗ୍ରାଉଣ୍ଡରେ ଏବେ ତୃତୀୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି। ଗୋଟିଏ ଦିନର ଖେଳ ଶେଷ ହୋଇଥିବା ବେଳେ ଏବେ ଶୁକ୍ରବାର ଏହାର ଦ୍ୱିତୀୟ ଦିନ। ଏହି ସମୟରେ ବଡ଼ ଖବରକୁ ନେଇ ହଇଚଇ ସୃଷ୍ଟି ହୋଇଛି। ତେବେ ଏହି ମଇଦାନକୁ ହାଇଆଲର୍ଟରେ ରଖାଯାଇଛି। ଏହାର କାରଣ କ’ଣ ଆସନ୍ତୁ ଜାଣିବା।
ଲର୍ଡସ କ୍ରିକେଟ ମଇଦାନର ଅଧିକାରୀମାନେ ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ତୃତୀୟ ଟେଷ୍ଟ ସମୟରେ ଷ୍ଟାଡିୟମର ସୁରକ୍ଷା ବଢ଼ାଇ ଦେଇଛନ୍ତି। କାରଣ ମ୍ୟାଚ୍‌ ଦେଖିବାକୁ ପ୍ରବଳ ଭିଡ ହେବ। ଏମିତିରେ ସମ୍ଭାବିତ ବିରୋଧ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଅଧିକାରୀମାନେ ଯଥାସମ୍ଭବ ପଦକ୍ଷେପ ନେଇଛନ୍ତି।
କହିରଖୁଛୁ, ଲର୍ଡସରେ ଆସେଜ ୨୦୨୩ ଟେଷ୍ଟ ସମୟରେ ଅଷ୍ଟ୍ରେଲିୟ ଖେଳାଳିଙ୍କ ସହ ଦୁର୍ବବ୍ୟହାର କରାଯାଇଥିଲା। ବଡ଼ ଘଟଣା ସେତେବେଳେ ଘଟିଥିଲା ଯେତେବେଳେ ଜଣେ ପ୍ରଦର୍ଶନକାରୀ  ମଇଦାନକୁ ପଶି ଆସି ଅଜବ କାଣ୍ଡ କରିଥିଲେ। ଏହାକୁ ଦେଖି ଅଧିକାରୀମାନେ ଷ୍ଟାଣ୍ଡ ଉପରେ ତିକ୍ଷ୍ଣ ଦୃଷ୍ଟି ରଖିଛନ୍ତି।
କିଛି ପୁରୁଣା ଘଟଣା ଏବଂ ଉପଦ୍ରବୀ ଦର୍ଶକଙ୍କ କାରଣରୁ ବିବାଦ ଏଡ଼ାଇବା ପାଇଁ ଏବଂ ଖେଳାଳିମାନଙ୍କ ସୁରକ୍ଷା  ଲାଗି ଅଧିକାରୀମାନେ କଡ଼ା ସୁରକ୍ଷା ମଧ୍ୟରେ ପତାକା ଏବଂ ପୋଷ୍ଟର ଉପରେ ପ୍ରତିବନ୍ଧ ଲଗାଯାଇଛି। ପାଭିଲିୟନରେ ଖେଳାଳିମାନଙ୍କ ପାଇଁ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚେ୍‌ର ପ୍ରଥମ ଦିନରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରାରମ୍ଭିକ ବିପର୍ଯ୍ୟୟରୁ ସୁସ୍ଥ ହୋଇ ଦିନର ଖେଳ ଶେଷ ସୁଦ୍ଧା ୪ ଉଇକେଟ ବିନିମୟରେ ୨୫୧ ରନ୍‌ କରିଥିଲା। ଏବେ ଖେଳ ଆଗକୁ ଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୦ା୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri