କେତକୀ ଫୁଲକୁ ମିଳିଥିଲା ଅଭିଶାପ, ହେଲେ ଶିବରାତ୍ରିରେ କାହିଁକି ହୁଏ ରାଣୀ

ବ୍ରହ୍ମପୁର୬।୩(ତନୁଶ୍ରୀ ନାହାକ): ଆଉ ଦୁଇଦିନ ପରେ ମହାଶିବରାତ୍ରୀ। ଏବେଠୁ ବ୍ରହ୍ମପୁର ବଜାରରେ କେତକୀ ଫୁଲର ଚାହିଦା ବଢ଼ିଲାଣି। ପୌରାଣିକ କଥାନୁସାରେ ମାତା ସୀତା ଦଶରଥଙ୍କ ଉଦ୍ଦେଶ୍ୟରେ ବାଲି ପିଣ୍ଡ ଦାନ କଲା ବେଳେ ନଦୀ ତୁଠରେ କେତକୀ ଫୁଲ, ଗାଈ ଓ ବ୍ରାହ୍ମଣଙ୍କୁ ସାକ୍ଷୀ ରଖିଥିଲେ। କିନ୍ତୁ ସେମାନେ ସାକ୍ଷ ଦେବାରୁ ବିରତ ରହିଥିଲେ। ତେଣୁ ମାତା ସୀତା ମହାଶିବରାତ୍ରୀ ଛଡା ଆଉ ସମସ୍ତ ପୂଜାରେ ତୁମକୁ ବର୍ଜନ କରାଯିବ ବୋଲି କେତକୀ ଫୁଲକୁ ଅଭିଶାପ ଦେଇଥିଲେ। ତେଣୁ କେତକୀ ଫୁଲକୁ ଗୋଟିଏ ଦିନର ରାଣୀ ବୋଲି କୁହାଯାଉଥିବା ପଣ୍ଡିତ ସୁରେନ୍ଦ୍ର ନାଥ ଶତପଥୀ କହିଛନ୍ତି। ଶିବରାତ୍ରି ପାଇଁ ମହାଦେବଙ୍କ ପ୍ରିୟ କେତକୀ ଫୁଲ ଦର ୩୦୦ରୁ ୫୦୦ଟଙ୍କା ମଧ୍ୟରେ ରହିଛି। ମୁଖ୍ୟତଃ ପାରାଦ୍ୱୀପ ଓ ଆଠଗଡ଼ ଅଞ୍ଚଳରୁ ଏହି ଫୁଲ ପ୍ରତିବର୍ଷ ଆସୁଛି। ଗିରିମାର୍କେଟ, ବଡ଼ବଜାର, କୋର୍ଟପେଟା ଛକ, ଆରକ୍ଷୀ ଅଧ୍ୟକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ କେତକୀ ଫୁଲର ପସରା ମେଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri