ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହେଉଥିବା ହିଂସାକୁ ନେଇ କାହିଁକି ଚିନ୍ତିତ କାନାଡା ସାଂସଦ

ନୂଆଦିଲ୍ଲୀ/ଓଟାଓ୍ବା,୧୭।୯: କାନାଡାର ସାଂସଦ ବାଂଲାଦେଶରେ ସଂଖ୍ୟାଲଘୁ, ବିଶେଷ କରି ହିନ୍ଦୁଙ୍କ ପ୍ରତି ହିଂସା ପ୍ରସଙ୍ଗ ଉଠାଇଥିଲେ। କାନାଡାର ସାଂସଦ ଚନ୍ଦ୍ର ଆର୍ଯ୍ୟ କହିଛନ୍ତି ଯେ ବାଂଲାଦେଶରେ ଚାଲିଥିବା ହିଂସାକୁ ନେଇ ସେ ବହୁତ ଚିନ୍ତିତ। କର୍ନାଟକର ଚନ୍ଦ୍ର ଆର୍ଯ୍ୟ ୨୩ସେପ୍ଟେମ୍ବରରେ ପାର୍ଲାମେଣ୍ଟ ହିଲ ଉପରେ ଏକ ରାଲିର ଆୟୋଜନ କରିବେ ବୋଲି ଘୋଷଣା କରିଛନ୍ତି। ଏଥିରେ ସେ ବାଂଲାଦେଶର ସାମ୍ପ୍ରତିକ ପରିସ୍ଥିତିକୁ ଆଲୋକିତ କରିବେ। ଆର୍ଯ୍ୟଙ୍କ ଅନୁଯାୟୀ ହିନ୍ଦୁ ବ୍ୟତୀତ ବୌଦ୍ଧ ଏବଂ ଖ୍ରୀଷ୍ଟିଆନମାନେ ମଧ୍ୟ ଏହି ରାଲିରେ ଅଂଶଗ୍ରହଣ କରିବେ।

ଚନ୍ଦ୍ର ଆର୍ଯ୍ୟ ସଂସଦରେ କହିଛନ୍ତି ଯେ ବାଂଲାଦେଶର ହିନ୍ଦୁ, ବୌଦ୍ଧ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ କରି ହେଉଥିବା ହିଂସାକୁ ନେଇ ମୁଁ ଅତ୍ୟଧିକ ଚିନ୍ତିତ। ଯେତେବେଳେ ବାଂଲାଦେଶରେ ଅସ୍ଥିରତା ଦେଖାଯାଏ, ଧାର୍ମିକ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁମାନଙ୍କୁ ଏହାର ପରିଣାମ ଭୋଗିବାକୁ ପଡେ।
ଚନ୍ଦ୍ର ଆର୍ଯ୍ୟ କହିଛନ୍ତି ଯେ ବାଂଲାଦେଶରେ ରହୁଥିବା କାନାଡିୟ ହିନ୍ଦୁମାନେ ସେମାନଙ୍କ ପରିବାର, ମନ୍ଦିର ଏବଂ ସମ୍ପତ୍ତିର ସୁରକ୍ଷାକୁ ନେଇ ଚିନ୍ତିତ ଅଛନ୍ତି। ସେଠାକାର ସାମ୍ପ୍ରତିକ ପରିସ୍ଥିତିକୁ ଆଲୋକିତ କରିବା ପାଇଁ ହିନ୍ଦୁମାନେ ସେପ୍ଟେମ୍ବର ୨୩ରେ ପାର୍ଲାମେଣ୍ଟ ହିଲ ଉପରେ ଏକ ରାଲିର ଆୟୋଜନ କରିବେ। ତାଙ୍କ ସହ କାନାଡାର ବୌଦ୍ଧ ଏବଂ ଖ୍ରୀଷ୍ଟିଆନମାନେ ମଧ୍ୟ ଯୋଗଦେବେ।
ଚନ୍ଦ୍ର ଆର୍ଯ୍ୟ ଆହୁରି ମଧ୍ୟ କହିଛନ୍ତି, ୧୯୭୧ରେ ସ୍ବାଧୀନତା ପରେ ବାଂଲାଦେଶର ଜନସଂଖ୍ୟାରେ ଧାର୍ମିକ ସଂଖ୍ୟାଲଘୁଙ୍କ ଅଂଶ ଯଥେଷ୍ଟ ହ୍ରାସ ପାଇଛି। ସେତେବେଳେ ୨୩.୧ ପ୍ରତିଶତ ସଂଖ୍ୟାଲଘୁ ଜନସଂଖ୍ୟାର ପ୍ରାୟ ୨୦ପ୍ରତିଶତ ହିନ୍ଦୁ ଥିଲେ। କିନ୍ତୁ ବର୍ତ୍ତମାନ ଏହି ସଂଖ୍ୟାଲଘୁ ସଂଖ୍ୟା ପ୍ରାୟ ୯.୬୫ ରହିଯାଇଛି। ହିନ୍ଦୁମାନଙ୍କର ଜନସଂଖ୍ୟା ପ୍ରାୟ ୮.୫% ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri