Posted inଜାତୀୟ

କଂଗ୍ରେସର ଘୋଷଣାପତ୍ରରେ କାହିଁକି ନାହିଁ ପୁରୁଣା ପେନସନ ଯୋଜନା ପ୍ରସଙ୍ଗ? ଚିଦାମ୍ବରମ୍‌ କହିଲେ…

ନୂଆଦିଲ୍ଲୀ,୫।୪: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏହାର ମାନିଫେଷ୍ଟୋ(ଘୋଷଣାପତ୍ର) ପ୍ରକାଶ କରିଛି। ଏଥିରେ ଦଳ ଅନେକ ଜନପ୍ରିୟ ପ୍ରତିଶ୍ରୁତି ଦେଇଛି। ଏହାର ନ୍ୟାୟ ପତ୍ରରେ ମହିଳା, ଯୁବକ, ଶ୍ରମିକ ଏବଂ ଗରିବଙ୍କ ଲାଗି ଅନେକ ଘୋଷଣା କରିଛି କଂଗ୍ରେସ, ହେଲେ କୌଣସି ସ୍ଥାନରେ ପୁରୁଣା ପେନସନ୍‌ ଯୋଜନା(ଓପିଏସ୍‌) ବିଷୟରେ ଉଲ୍ଲେଖ ନାହିଁ। ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତାଙ୍କୁ ଏନେଇ ପ୍ରଶ୍ନ କରାଯାଇଥିଲା। ହିମାଚଳ ପ୍ରଦେଶ ନିର୍ବାଚନ ସମୟରେ ଦଳ ପୁରୁଣା ପେନସନ ଯୋଜନା ନୀତି କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ହେଲେ ତାହା ଘୋଷଣାପତ୍ରରେ ନ ଥିବା ପ୍ରଶ୍ନ ଶୁଣି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚୁପ୍‌ ରହିଥିଲେ।

ତାଙ୍କ ବଦଳରେ ପି ଚିଦାମ୍ବରମ୍‌ ପ୍ରଶ୍ନର ଉତ୍ତର ଦେଇ କହିଥିଲେ ଯେ, ଏହା ହଜିନାହିଁ। ଉକ୍ତ ପ୍ରସଙ୍ଗ ମୋ ମନରେ ଅଛି। ତାହା ଉପରେ କାର୍ଯ୍ୟ କରାଯାଉଛି। ଅର୍ଥ ସଚିବଙ୍କ ଅଧ୍ୟକ୍ଷତାରେ ସରକାର ଏକ କମିଟି ଗଠନ କରିଛନ୍ତି, ଯାହା ଏନ୍‌ପିଏସ୍‌ ଏବଂ ଓପିଏସ୍‌ର ଚାହିଦା ସମୀକ୍ଷା କରିବ। କମିଟି ରିପୋର୍ଟକୁ ଅପେକ୍ଷା କରାଯାଇଛି। ଯାହା ବି ହେବ, ତାହା ଉପରେ ଆମେ କାମ କରିବୁ।

କହିରଖୁଛୁ, କଂଗ୍ରେସ ଏହାର ନ୍ୟାୟ ପତ୍ରରେ ୫ ନ୍ୟାୟ, ୨୫ ଗ୍ୟାରେଣ୍ଟିଂ ଉପରେ ଧ୍ୟାନ ଦେଇଛି। ଏଥିରେ ଯୁବକ, କୃଷକ, ସଂଖ୍ୟାଲଘୁ, ମହିଳା, ସମସ୍ତଙ୍କ ସ୍ବାର୍ଥ ଉପରେ ଫୋକସ୍‌ କରାଯାଇଛି। ସରକାର ଆସିଲେ ଏହି ଗ୍ୟାରେଣ୍ଟିଂ ପୂରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri