Posted inଜାତୀୟ

କଂଗ୍ରେସର ଘୋଷଣାପତ୍ରରେ କାହିଁକି ନାହିଁ ପୁରୁଣା ପେନସନ ଯୋଜନା ପ୍ରସଙ୍ଗ? ଚିଦାମ୍ବରମ୍‌ କହିଲେ…

ନୂଆଦିଲ୍ଲୀ,୫।୪: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏହାର ମାନିଫେଷ୍ଟୋ(ଘୋଷଣାପତ୍ର) ପ୍ରକାଶ କରିଛି। ଏଥିରେ ଦଳ ଅନେକ ଜନପ୍ରିୟ ପ୍ରତିଶ୍ରୁତି ଦେଇଛି। ଏହାର ନ୍ୟାୟ ପତ୍ରରେ ମହିଳା, ଯୁବକ, ଶ୍ରମିକ ଏବଂ ଗରିବଙ୍କ ଲାଗି ଅନେକ ଘୋଷଣା କରିଛି କଂଗ୍ରେସ, ହେଲେ କୌଣସି ସ୍ଥାନରେ ପୁରୁଣା ପେନସନ୍‌ ଯୋଜନା(ଓପିଏସ୍‌) ବିଷୟରେ ଉଲ୍ଲେଖ ନାହିଁ। ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତାଙ୍କୁ ଏନେଇ ପ୍ରଶ୍ନ କରାଯାଇଥିଲା। ହିମାଚଳ ପ୍ରଦେଶ ନିର୍ବାଚନ ସମୟରେ ଦଳ ପୁରୁଣା ପେନସନ ଯୋଜନା ନୀତି କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ହେଲେ ତାହା ଘୋଷଣାପତ୍ରରେ ନ ଥିବା ପ୍ରଶ୍ନ ଶୁଣି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚୁପ୍‌ ରହିଥିଲେ।

ତାଙ୍କ ବଦଳରେ ପି ଚିଦାମ୍ବରମ୍‌ ପ୍ରଶ୍ନର ଉତ୍ତର ଦେଇ କହିଥିଲେ ଯେ, ଏହା ହଜିନାହିଁ। ଉକ୍ତ ପ୍ରସଙ୍ଗ ମୋ ମନରେ ଅଛି। ତାହା ଉପରେ କାର୍ଯ୍ୟ କରାଯାଉଛି। ଅର୍ଥ ସଚିବଙ୍କ ଅଧ୍ୟକ୍ଷତାରେ ସରକାର ଏକ କମିଟି ଗଠନ କରିଛନ୍ତି, ଯାହା ଏନ୍‌ପିଏସ୍‌ ଏବଂ ଓପିଏସ୍‌ର ଚାହିଦା ସମୀକ୍ଷା କରିବ। କମିଟି ରିପୋର୍ଟକୁ ଅପେକ୍ଷା କରାଯାଇଛି। ଯାହା ବି ହେବ, ତାହା ଉପରେ ଆମେ କାମ କରିବୁ।

କହିରଖୁଛୁ, କଂଗ୍ରେସ ଏହାର ନ୍ୟାୟ ପତ୍ରରେ ୫ ନ୍ୟାୟ, ୨୫ ଗ୍ୟାରେଣ୍ଟିଂ ଉପରେ ଧ୍ୟାନ ଦେଇଛି। ଏଥିରେ ଯୁବକ, କୃଷକ, ସଂଖ୍ୟାଲଘୁ, ମହିଳା, ସମସ୍ତଙ୍କ ସ୍ବାର୍ଥ ଉପରେ ଫୋକସ୍‌ କରାଯାଇଛି। ସରକାର ଆସିଲେ ଏହି ଗ୍ୟାରେଣ୍ଟିଂ ପୂରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri