Posted inଜାତୀୟ

ଯାଞ୍ଚ୍‌ରେ କାହିଁକି ହେଉଛି ବିଳମ୍ବ,ଦୁର୍ନୀତି ନିବାରଣ ଶାଖାଠାରୁ ଜବାବ ଲୋଡିଲେ ଉପରାଜ୍ୟପାଳ…

ନୂଆଦିଲ୍ଲୀ, ୨।୮ : ବିଭିନ୍ନ ଦୁର୍ନୀତି କ୍ଷେତ୍ରରେ ବିଳମ୍ବ ହେବାର କାରଣ ସମ୍ପର୍କରେ ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସସେନା ଦୁର୍ନୀତି ନିବାରଣ ଶାଖାଠାରୁ ଜବାବ ଲୋଡିଛନ୍ତି। ଏଭଳି ମାମଲାର ତଦନ୍ତ ସମୟରେ ସତର୍କତା ସହିତ ଉପଯୁକ୍ତ କାର୍ଯ୍ୟପ୍ରଣାଳୀ ଗ୍ରହଣ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ତଦନ୍ତରେ ବିଳମ୍ବ ନେଇ ସେ ପ୍ରଶାସନିକ ବିଭାଗ ଉପରେ ବିରକ୍ତ ହୋଇଛନ୍ତି।

ସେ ଦୁର୍ନୀତି ନିବାରଣ ଶାଖାଠାରୁ ଏକ ବର୍ଷରୁ ଅଧିକ ସମୟ ଧରି ପଡ଼ିରହିଥିବା ମାମଲାର ରିପୋର୍ଟ ମାଗିଛନ୍ତି। ଏସବୁ ମାଲାରେ କାହିଁକି ବିଳମ୍ବ ହୋଇଛି ତାହାର କାରଣ ଦର୍ଶାଇ ଏହାର ତାଲିକା ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ସେ ଭିଜିଲାନ୍ସ ବିଭାଗ ସହିତ ଅନ୍ୟ ବିଭାଗୀୟ ଅଧିକାରୀଙ୍କୁ ଦୁର୍ନୀତି ମାମଲାର ଯାଞ୍ଚ୍‌ ଏବଂ ବିଭିନ୍ନ ଅଭିଯୋଗୁ ଗୁରୁତ୍ୱ ସହ ବିଚାର କରିବା ସହିତ ଉପଯୁକ୍ତ କାର୍ଯ୍ୟପ୍ରଣାଳୀ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି।

ଉପରାଜ୍ୟପାଳ ସଚିବାଳୟ ବହୁଗୁଡ଼ିଏ ଦୁର୍ନୀତି ମାମଲା ୨୦୧୨ ଏବଂ ୨୦୧୭ଠାରୁ ପଡ଼ି ରହିଥିବା ଜାଣିବା ପରେ ଉପରାଜ୍ୟପାଳ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri