କାହିଁକି ପାଳନ ହୁଏ ପ୍ରେମ ଦିବସ

ପ୍ରେମ ଶାଶ୍ୱତ ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍‌ ଡେ’ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃୟାରୀ ୭ ଅର୍ଥାତ୍‌ ରୋଜ୍‌ ଡେ’ରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଥିବା ବେଳେ ୧୪ ହେଉଛି ସବୁଠୁ ଖୁସିର ଦିନ। ପ୍ରେମ ସପ୍ତାହର ଶେଷଦିନରେ ନିଜର ମନଖୋଲି କଥା ହୋଇଥାନ୍ତି ପ୍ରେମୀଯୁଗଳ। ଦିନଟିକୁ ସ୍ମରଣୀୟ କରିବା ଲାଗି ପରସ୍ପରକୁ ବିଭିନ୍ନ ସର୍‌ପ୍ରାଇଜ୍‌ ଗିଫ୍ଟ ମଧ୍ୟ ଦେଇଥାନ୍ତି। ଏହିଦିନଟି କାହିଁକି ଏବଂ କେବେଠୁ ପାଳନ କରାଯାଇଆସୁଛି ଜାଣନ୍ତୁ ଏ ସମ୍ପର୍କରେ…

ରୋମ୍‌ର ଜଣେ ପାଦ୍ରୀ ଥିଲେ ସେଣ୍ଟ୍‌ ଭାଲେଣ୍ଟାଇନ୍‌। ବିଶ୍ୱକୁ ପ୍ରେମମୟ କରିବା ଲାଗି ସେ ସର୍ବଦା ଚାହୁଁଥିଲେ। ତାଙ୍କ ପାଇଁ ପ୍ରେମ ଜୀବନ ଥିଲା। କିନ୍ତୁ ଏହି ସହରରେ ଥିବା ଜଣେ ରାଜା ସେଣ୍ଟଙ୍କ ଏପରି କଥାକୁ ବିରୋଧ କରୁଥିଲେ। ରାଜାଙ୍କୁ ଲାଗୁଥିଲା ପ୍ରେମ କିମ୍ବା ବିବାହ କଲେ ପୁରୁଷର ଶକ୍ତି ଏବଂ ବୁଦ୍ଧି ନଷ୍ଟ ହୋଇଥାଏ। ଏହି କାରଣରୁ ରାଜ୍ୟର କୌଣସି ସୈନିକ ଏବଂ ଅଧିକାରୀ ବିବାହ କରି ପାରୁ ନ ଥିଲେ। ସେଣ୍ଟ ଭାଲେଣ୍ଟାଇନ୍‌ ରାଜାଙ୍କ ଏହି ଆଦେଶକୁ ବିରୋଧ କରୁଥିଲେ। ସେ ରୋମ୍‌ବାସୀଙ୍କୁ ପ୍ରେମ ଏବଂ ବିବାହ କରିବାକୁ ଉତ୍ସାହିତ କରିଥିଲେ। ଖାଲି ଏତିକି ନୁହେଁ, କିଛି ସୈନିକ ଏବଂ ଅଧିକାରୀଙ୍କ ବିବାହ ମଧ୍ୟ କରାଇଲେ। ଏହି କଥାରେ ରାଜା ଭୀଷଣ ରାଗିଗଲେ। ଫଳରେ ସେଣ୍ଟ୍‌ ଭାଲେଣ୍ଟାଇନ୍‌ଙ୍କୁ ଖ୍ରୀଷ୍ଟପୂର୍ବ ୨୬୯ ଫେବୃୟାରୀ ୧୪ରେ ଫାଶୀ ଦେଇଦେଲେ। ଏହିଦିନଠାରୁ ସହରରେ ପ୍ରତିବର୍ଷ ଫେବୃୟାରୀ ୧୪ରେ ‘ପ୍ରେମ ଦିବସ’ ଭାବେ ପାଳନ କରାଯାଇଆସୁଛି।

ବର୍ତ୍ତମାନ ସାରା ବିଶ୍ୱରେ ଏହିଦିନଟିକୁ ମଧ୍ୟ ପ୍ରେମୀଯୁଗଳ ପାଳନ କଲେଣି। କୁହାଯାଏ, ଭାଲେଣ୍ଟାଇନ୍‌ ଫାଶୀ ପାଇବା ସମୟରେ ଜେକୋବସ୍‌ ନାମକ ଜଣେ ଚକ୍ଷୁହୀନ ଯୁବତୀଙ୍କୁ ଚକ୍ଷୁଦାନ କରିଥିଲେ। ଜେକୋବସ୍‌ଙ୍କୁ ସେଣ୍ଟ୍‌ ଭାଲେଣ୍ଟାଇନ୍‌ ଏକ ପତ୍ର ଲେଖିଥିଲେ। ଯେଉଁଥିରେ ଲେଖାଥିଲା ତୁମର ଭାଲେଣ୍ଟାଇନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri