କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା’, ପାଣିପାଗ ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୫ା୧୦: ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଏତେ ଭୟଙ୍କର ରୂପ ଧାରଣ କରି ଆସୁଥିବା ବାତ୍ୟା ହଠାତ୍‌ କାହିଁକି ଦୁର୍ବଳ ହୋଇପଡ଼ିଲା। ତେବେ ଏହାର କାରଣ କହିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ସେ କହିଛନ୍ତି, ‘ଦାନା’ ଉପକୂଳ ମୁହାଁ ହେଉଥିବା ବେଳେ ୨ଟି ଆଣ୍ଟି ସାଇକ୍ଲୋନିକ୍‌ ସର୍କୁଲେସନ ସୃଷ୍ଟି ହୋଇଥିଲା। ଉଭୟ ପୂର୍ବ ଓ ପଶ୍ଚିମ ଦିଗରୁ ଦୁଇଟି ଆଣ୍ଟି ସାଇକ୍ଲୋନିକ୍‌ ସର୍କୁଲେସନ ସୃଷ୍ଟି ହେବାରୁ ବାତ୍ୟାର ଗତି ସାମାନ୍ୟ ମନ୍ଥର ହୋଇଯାଇଥିଲା। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାଧାରଣତଃ ୫ରୁ ୬ ଘଣ୍ଟା ଲାଗିଥାଏ। ହେଲେ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଟିକେ ବିଳମ୍ବ ହୋଇଥିଲା। ତେଣୁ ବାତ୍ୟା ଦୁର୍ବଳ ହୋଇପଡ଼ିଲା।

ଅନ୍ୟପକ୍ଷରେ ଗୁରୁବାର ରାତିରେ ଲ୍ୟାଣ୍ଡଫଲ୍‌ କରିଥିଲା ବାତ୍ୟା।  ଏହାର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।

ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଥିଲା। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଗୁରୁବାର ଦିନତମାମ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା, ପବନ ଲାଗି ରହିଥିଲା। ଶୁକ୍ରବାର କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର ଓ ପୁରୀ ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ବୌଦ୍ଧ ଏବଂ ସୋନପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୧୬ ଜିଲା ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀରେ ବାତ୍ୟା ପ୍ରଭାବରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଗୁରୁବାର ରାତିରେ ୫ ଲକ୍ଷ ୮୪ ହଜାର ୮୮୮ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ। । ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏନ୍‌ଡିଆର୍‌ଏଫ୍‌, ଓଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀ ମୁତୟନ କରାଯାଇଛି। ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥିବା ସେ କହିଛନ୍ତି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଗୁରୁବାର ପାରାଦୀପରେ ୬୨.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୪୬.୨, ରାଜକନିକା ୨୭, ରାଜନଗର ୨୪, ନୀଳଗିରି ୨୩, ପଟ୍ଟାମୁଣ୍ଡାଇ ୨୨.୫, ସୋରୋ ୧୯, ବେତନଟୀ ୧୯, ଔପଦା ୧୮, ଧାମନଗର ୧୬, ସାରସକଣାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri