କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା’, ପାଣିପାଗ ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୫ା୧୦: ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଏତେ ଭୟଙ୍କର ରୂପ ଧାରଣ କରି ଆସୁଥିବା ବାତ୍ୟା ହଠାତ୍‌ କାହିଁକି ଦୁର୍ବଳ ହୋଇପଡ଼ିଲା। ତେବେ ଏହାର କାରଣ କହିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ସେ କହିଛନ୍ତି, ‘ଦାନା’ ଉପକୂଳ ମୁହାଁ ହେଉଥିବା ବେଳେ ୨ଟି ଆଣ୍ଟି ସାଇକ୍ଲୋନିକ୍‌ ସର୍କୁଲେସନ ସୃଷ୍ଟି ହୋଇଥିଲା। ଉଭୟ ପୂର୍ବ ଓ ପଶ୍ଚିମ ଦିଗରୁ ଦୁଇଟି ଆଣ୍ଟି ସାଇକ୍ଲୋନିକ୍‌ ସର୍କୁଲେସନ ସୃଷ୍ଟି ହେବାରୁ ବାତ୍ୟାର ଗତି ସାମାନ୍ୟ ମନ୍ଥର ହୋଇଯାଇଥିଲା। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାଧାରଣତଃ ୫ରୁ ୬ ଘଣ୍ଟା ଲାଗିଥାଏ। ହେଲେ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଟିକେ ବିଳମ୍ବ ହୋଇଥିଲା। ତେଣୁ ବାତ୍ୟା ଦୁର୍ବଳ ହୋଇପଡ଼ିଲା।

ଅନ୍ୟପକ୍ଷରେ ଗୁରୁବାର ରାତିରେ ଲ୍ୟାଣ୍ଡଫଲ୍‌ କରିଥିଲା ବାତ୍ୟା।  ଏହାର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।

ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଥିଲା। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଗୁରୁବାର ଦିନତମାମ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା, ପବନ ଲାଗି ରହିଥିଲା। ଶୁକ୍ରବାର କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର ଓ ପୁରୀ ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ବୌଦ୍ଧ ଏବଂ ସୋନପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୧୬ ଜିଲା ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀରେ ବାତ୍ୟା ପ୍ରଭାବରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଗୁରୁବାର ରାତିରେ ୫ ଲକ୍ଷ ୮୪ ହଜାର ୮୮୮ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ। । ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏନ୍‌ଡିଆର୍‌ଏଫ୍‌, ଓଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀ ମୁତୟନ କରାଯାଇଛି। ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥିବା ସେ କହିଛନ୍ତି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଗୁରୁବାର ପାରାଦୀପରେ ୬୨.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୪୬.୨, ରାଜକନିକା ୨୭, ରାଜନଗର ୨୪, ନୀଳଗିରି ୨୩, ପଟ୍ଟାମୁଣ୍ଡାଇ ୨୨.୫, ସୋରୋ ୧୯, ବେତନଟୀ ୧୯, ଔପଦା ୧୮, ଧାମନଗର ୧୬, ସାରସକଣାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?