Posted inଖେଳ

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲରେ ଏକ ହାଇ-ସ୍କୋରିଂ ମ୍ୟାଚ୍‌ରେ ଭାରତ ୭ ରନରେ ବିଜୟୀ ହୋଇ ନିଜ ଟାଇଟଲ ବଜାୟ ରଖିବା ଦିଗରେ ଆଉ ଏକ ପାଦ ଆଗକୁ ବଢ଼ାଇଛି।
ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ଏହି ରୋମାଞ୍ଚକର ମ୍ୟାଚ୍‌ରେ ଉଭୟ ଦଳର ବ୍ୟାଟରମାନେ ରନ ବର୍ଷା କରିଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି ୨୫୩ ରନ୍‌ ସଂଗ୍ରହ କରିଥିବାବେଳେ ଜବାବରେ ଇଂଲଣ୍ଡ ଦଳ ୨୪୬ ରନ କରିବାକୁ ସକ୍ଷମ ହୋଇଥିଲା। ଇଂଲଣ୍ଡ ଲକ୍ଷ୍ୟର ଖୁବ ନିକଟତର ହୋଇ ମଧ୍ୟ ହାରିଯାଇଥିଲା, ଯାହାର ମୁଖ୍ୟ କାରଣ ସାଜିଥିଲେ ଷ୍ଟାର୍‌ ବୋଲର ଜସପ୍ରୀତ ବୁମ୍‌ରା।
ଯେଉଁ ପିଚ୍‌ରେ ସମସ୍ତ ବୋଲର ଓଭର ପ୍ରତି ୯ରୁ ଅଧିକ ରନ ଦେଇଥିଲେ, ସେଠାରେ ବୁମ୍‌ରାଙ୍କ ଇକୋନୋମି ରେଟ୍‌ ମାତ୍ର ୮.୨୫ ଥିଲା। ସେ ନିଜର ୪ ଓଭରରେ ୩୩ ରନ୍‌ ଦେଇ ଏକ ଗୁରୁତ୍ୱପୂର୍ଣ୍ଣ ଉଇକେଟ ଅକ୍ତିଆର କରିଥିଲେ।
ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଫାଫ ଡୁପ୍ଲେସି ବୁମ୍‌ରାଙ୍କ ସଫଳତାର ରହସ୍ୟ ଖୋଲିଛନ୍ତି। ବୁମ୍‌ରାଙ୍କ ବୋଲିଂ ଆକ୍ସନ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ ଅଲଗା, ଯାହାଫଳରେ ବଲ କେଉଁ ଗତିରେ ଆସୁଛି ତାହା ବୁଝିବା ବ୍ୟାଟରଙ୍କ ପାଇଁ କଷ୍ଟକର ହୋଇଥାଏ। ତାଙ୍କର ଏହି ଶୈଳୀ କିମ୍ବଦନ୍ତୀ ବୋଲର ଲସିଥ ମାଲିଙ୍ଗାଙ୍କ ସହ ସମାନ, ଯାହା ବ୍ୟାଟରଙ୍କୁ ଅଡୁଆରେ ପକାଏ।
ବୁମ୍‌ରା ନିଜର ପ୍ରଥମ ବଲ୍‌ରେ ଏକ ସ୍ଲୋୟର୍‌ (slower) ପକାଇଥିଲେ, ଯାହାକୁ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ୍‌ ବୁଝିପାରି ନ ଥିଲେ ଏବଂ ଅକ୍ଷର ପଟେଲଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଜିତିବା ପାଇଁ ଇଂଲଣ୍ଡକୁ ୧୮ଟି ବଲ୍‌ରେ ୪୫ ରନ୍‌ ଆବଶ୍ୟକ ଥିବାବେଳେ ବୁମ୍‌ରା ଏହି ଗୁରୁତ୍ୱପୂର୍ଣ୍ଣ ଓଭରରେ ମାତ୍ର ୬ ରନ୍‌ ଦେଇ ମ୍ୟାଚ୍‌କୁ ଭାରତ ସପକ୍ଷକୁ ନେଇଆସିଥିଲେ। ଫାଫ ଡୁପ୍ଲେସିଙ୍କ କହିବା ଅନୁଯାୟୀ, ବୁମ୍‌ରାଙ୍କ ବଲ୍‌ର ଗତି ବୁଝିବାରେ ବ୍ୟାଟରମାନେ ବିଳମ୍ବ କରିଥିଲେ। ତେବେ ଲଗାତାର ଦ୍ୱିତୀୟ ଥର ବିଶ୍ୱକପ ଜିତିବା ଲକ୍ଷ୍ୟରେ ଥିବା ଭାରତ ପାଇଁ ବୁମ୍‌ରା ଏବେ ସବୁଠାରୁ ବଡ଼ ଅସ୍ତ୍ର ସାଜିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri