Odisha Elections 2024
Posted inଜାତୀୟ

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ ପାଇଁ ଆବେଦନ କରିନାହାନ୍ତି କ’ଣ ପାଇଁ ବୋଲି ସୁପ୍ରିମକୋର୍ଟ ସୋମବାର ପ୍ରଶ୍ନ କରିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜ୍‌ରିଓ୍ବାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜାମିନ ପାଇଁ ତଳକୋର୍ଟରେ ଆବେଦନ କରାଯାଇଥିଲା କି ବୋଲି ଶୁଣାଣି ବେଳେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ତଳ କୋର୍ଟରେ ଜାମିନ ପାଇଁ ଆବେଦନ କରାଯାଇ ନ ଥିବା କେଜ୍‌ରିଓ୍ବାଲଙ୍କ ଓକିଲ ଅଭିଷେକ ସିଂଘ୍‌ଭି ଜଣାଇଥିଲେ। ଆପ୍‌ ନେତାଙ୍କୁ ବେଆଇନ ଭାବେ ଗିରଫ କରାଯିବା ସହ ବିଭିନ୍ନ କାରଣକୁ ନେଇ ତଳକୋର୍ଟରେ ଜାମିନ ଆବେଦନ ହୋଇ ନ ଥିବା ସିଂଘ୍‌ଭି କହିଥିଲେ। ସୂଚନାଯୋଗ୍ୟ, ଇଡି ମାର୍ଚ୍ଚ ୨୧ରେ କେଜ୍‌ରିଓ୍ବାଲଙ୍କୁ ଗିରଫ କରିବା ପରେ ସେ ଏବେ ତିହାର ଜେଲରେ ରହିଛନ୍ତି। ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଗତ ୧୫ ତାରିଖରେ ଇଡିକୁ ଜବାବ ମାଗିଥିଲେ। ବର୍ତ୍ତମାନ ରଦ୍ଦ ହୋଇଥିବା ଦିଲ୍ଲୀ ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାର ତଦନ୍ତରେ ସାମିଲ ହେବା ପାଇଁ ଇଡି କେଜ୍‌ରିଓ୍ବାଲଙ୍କୁ ବାରମ୍ବାର ସମନ କରିବା ସତ୍ତ୍ୱେ ସେ ହାଜର ହୋଇ ନ ଥିଲେ। ତେଣୁ ତାଙ୍କୁ ଗିରଫ କରିବା ବ୍ୟତୀତ ଇଡି ପାଖରେ ଅନ୍ୟ ବିକଳ୍ପ ନ ଥିଲା ବୋଲି ଗତ ୯ ତାରିଖରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ରାୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ

ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ...

କେଜ୍‌ରିଓ୍ବାଲଙ୍କ ଟେନ୍‌ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ...

ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ: ବାପାଙ୍କ ପାଇଁ ଲେଖିଲେ ଏମିତି କଥା

ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି। ମଙ୍ଗଳବାର...

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri