Posted inଜାତୀୟ

ପୂର୍ବରୁ କାହିଁକି ଟିକା ନେଲେ ନାହିଁ ପ୍ରଧାନମନ୍ତ୍ରୀ: ଅଧୀର ରଞ୍ଜନ

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ୧ ତାରିଖରୁ ଦେଶରେ କରୋନା ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ କରୋନା ଟିକା ନେଇ ଏହାର ଶୁଭାରମ୍ଭ କରିଥିଲେ। ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ଲୋକ ସଭାରେ ବିରୋଧୀଦଳର ନେତା ଅଧୀର ରଂଜନ ଚୌଧୁରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି ନିର୍ବାଚନୀ ରାଜନୀତି କରୁଛନ୍ତି। ସେ କାହିଁକି ପୂର୍ବରୁ ଟିକା ନେଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ବୈଜ୍ଞାନିକମାନେ ଟିକା ସୁରକ୍ଷିତ କହିବା ପରେ ମୋଦି ନେଲେ। କେବଳ ଏତିକି ନୁହେଁ, ନିର୍ବାଚନକୁ ଦୃଷ୍ଟିରେ ରଖି କେରଳ ଏବଂ ପୁଡୁଚେରୀର ନର୍ସ ଏବଂ ଆସାମର ଗାମୁଛା କାନ୍ଧରେ ପକାଇ ଟିକା ନେଇଥିଲେ ବୋଲି ଅଧୀର ରଞ୍ଜନ କହିଛନ୍ତି। ଅଧୀରଙ୍କ ଏହି ବିବୃତ୍ତି ପରେ କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହାର ପ୍ରତିବାଦ କରି କହିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ ମୋଦି ସମସ୍ତଙ୍କୁ ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri