Posted inଜାତୀୟ

ପାଞ୍ଚ ରାଜ୍ୟରେ ହେଉଥିବା ବିଧାନସଭା ନିର୍ବାଚନରେ କାହିଁକି ପ୍ରବାସୀ ଭାରତୀୟମାନେ ଦେଇପାରିବେନି ଭୋଟ

ନୂଆଦିଲ୍ଲୀ,୨ ।୩: ବିଦେଶରେ ରହୁଥିବା ପ୍ରବାସୀ ଭାରତୀୟଙ୍କୁ ମାର୍ଚ୍ଚ ଓ ଏପ୍ରିଲରେ ୫ ରାଜ୍ୟରେ ହେଉଥିବା ବିଧାନସଭା ନିର୍ବାଚନରେ ଭୋଟ ଦେବାକୁ ସୁଯୋଗ ମିଳିବ ନାହିଁ । ଭାରତୀୟ ମତଦାତାଙ୍କୁ ଇଲୋକ୍ଟ୍ରନିକ ଟ୍ରାନ୍ସମିଟେଡ ପୋଷ୍ଟାଲ ବାଲାଟ ସିଷ୍ଟମର ସୁବିଧା ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଓ ପୁଡୁଚେରୀ ବିଧାନସଭା ନିର୍ବାଚରେ ଭୋଟ ଦେବାର ସୁଯୋଗ ଦିଆଯିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ କମିଶନ ସୁନିଲ ଆରୋଡା କହିଛନ୍ତି । ସରକାର ଚାହୁଁଛନ୍ତି ନିର୍ବାଚନ କମିଶନ ସୁଯୋଗ ଦେବା ପୂର୍ବରୁ ବିଭିନ୍ନ ହିତାଧିକାରୀଙ୍କ ସହ ପରାମର୍ଶ କରନ୍ତୁ । ଯେତେବେଳେ ପ୍ରଶ୍ନ ଉଠିଥିଲା କି ପ୍ରବାସୀ ଭାରତୀୟମାନେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନରେ ଭୋଟ ଦେଇ ପାରିବେ କି ନା ସେତେବେଳେ ମୁଖ୍ୟ ନିର୍ବାଚନ କମିଶନ କିଛି ସ୍ପଷ୍ଟ କରି ନ ଥିଲେ । ଆରୋଡା କହିଥିଲେ ନିର୍ବାଚନ କମିଶନ ଏହାର ଏକ ରାସ୍ତା ବାହାର କରିବା ପାଇଁ ଦେଢ ମାସ ପୂର୍ବରୁ ଆଇନ ମନ୍ତ୍ରଣାଳୟକୁ ଏକ ସମ୍ବେଦନଶୀଳ ଓ ସକରାତ୍ମକ ନୋଟ ଦେଇଥିଲେ । ଆଇନ ମନ୍ତ୍ରଣାଳୟ ଏହାକୁ ବୈଦେଶିକ ମନ୍ତ୍ରଣାଳୟକୁ ପଠାଇ ଦେଇଥିଲେ । ସେ ଏ ସମ୍ପର୍କରେ ବୈଦେଶିକ ସଚିବଙ୍କ ସହ କଥା ବି ହୋଇଥିଲେ । ସେ କହିଥିଲେ ଏହାକୁ ନେଇ ଏକ ସ୍ୱତନ୍ତ୍ର ବୈଠକର ଆବଶ୍ୟକତା ରହିଛି ଯାହା ଏକ ମାସ ମଧ୍ୟରେ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri