ଜନ୍ମଦିନରେ କୋଟିଏ ଟିକା,ଅନ୍ୟଦିନ ନୁହେଁ କାହିଁକି ? ପ୍ରଧାନମନ୍ତ୍ରୀଙ୍କୁ ସୋନିଆଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନା ମହାମାରୀ ବିରୋଧରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କରୋନା ମହାମାରୀ ନୀତିକୁ ଟାର୍ଗେଟ କରିଛନ୍ତି ।

ଏକ ଖବର କାଗଜରେ ପ୍ରକାଶିତ ଲେଖା ମଧ୍ୟମରେ ସେ କୋଭିଡ -୧୯ ମୁକାବିଲା ନେଇ ମୋଦି ସରକାର ଗ୍ରହଣ କରିଥିବା ନୀତି ଉପରେ ପ୍ରଶ୍ନ ଉଠାଇ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଦି ଏକ କୋଟି ଟିକା ଦିଆଯାଇପାରୁଛି, ତେବେ ଏହା କାହିଁକି ପ୍ରତିଦିନ କରାଯାଇପାରୁ ନାହିଁ। ଏହା ସହିତ ସୋନିଆ କହିଛନ୍ତି ଯେ, କରୋନାର ପ୍ରଥମ ଲହର ପରେ ସରକାର ଦ୍ୱିତୀୟ ଲହର ପାଇଁ ପ୍ରସ୍ତୁତ ନ ଥିଲେ।

ଅମ୍ଳଜାନ ଅଭାବ ଯୋଗୁ ଛଟପଟ ହେଉଥିବା ଲୋକଙ୍କ ଅବସ୍ଥ। ଏବଂ ଅସହାୟ ପରିବାରଙ୍କ କଷ୍ଟକୁ ସରକାର ହୃଦୟଙ୍ଗମ କରି ପାରି ନାହାନ୍ତି। ଏହାକୁ ଦେଶ କେବେ ବି ଭୁଲି ପାରିବ ନାହିଁ। ମୋଦି ସରକାର କରୋନା ବିରୋଧୀ ଲଢ଼େଇକୁ ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ୍‌ ସୁଯୋଗ ଭାବେ ବିଚାର କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ନିଜ ରାଜନୈତିକ ସ୍ବାର୍ଥ ପାଇଁ ମୋଦି ସରକାର ଲୋକଙ୍କ ଦୁଃଖ କଷ୍ଟ ନ ବୁଝି ଏଭଳି କରୁଛନ୍ତି।

ସୋନିଆ ଗାନ୍ଧୀ କହିଛନ୍ତି ଯେ ଏପର୍ଯ୍ୟନ୍ତ ଜନସଂଖ୍ୟାର ଏକ ତୃତୀୟାଂଶରୁ କମ ଉଭୟ ଟିକା ଗ୍ରହଣ କରିଛନ୍ତି। ପିଲାମାନଙ୍କର ଟିକାକରଣ ସମ୍ପର୍କରେ ସୋନିଆ କହିଛନ୍ତି, ବର୍ତ୍ତମାନ ସରକାରଙ୍କ ତରଫରୁ କୌଣସି ଯୋଜନା ଦୃଶ୍ୟମାନ ହେଉନାହିଁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, କରୋନା ପରିଚାଳନା ସଂପର୍କରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଲଗାତାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରାଯାଉଛିି। ତେବେ କରୋନା ମହାମାରୀକୁ ସମାପ୍ତ କରିବାକୁ ସରକାରଙ୍କ ଅଭିଯାନ ସମ୍ପୂର୍ଣ୍ଣ ଉତ୍ସାହର ସହିତ ଚାଲିଛି ଏବଂ ଲୋକଙ୍କୁ ଟିକାକରଣ କରାଯାଉଛି।

ଦେଶରେ କରୋନା ସଂକ୍ରମଣର ନୂଆ ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। କିନ୍ତୁ ମୃତ୍ୟୁ ସଂଖ୍ୟା ବଢ଼ିବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୯୦୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ୩୧୧ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୯ ହଜାର ୧୯୧କୁ ବୃଦ୍ଧି ପାଇଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୧୫୯ ଲୋକ ଆରୋଗ୍ୟ ଲାଭ କରିଛନ୍ତି।

ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ହେଉଛି ଏକ ଲକ୍ଷ ୫୧ ହଜାର ୨୦୯। ୨୫୨ ଦିନ ପରେ, ସକ୍ରିୟ ମାମଲା ସଂଖ୍ୟା ସର୍ବନିମ୍ନ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୩ କୋଟି ୩୬ ଲକ୍ଷ ୯୭ ହଜାର ୭୪୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri