Posted inଜାତୀୟ

ଘର ଲୋକ ବି ଦେଲେନି ଭୋଟ

ନୂଆଦିଲ୍ଲୀ,୧୨।୧୦: ସ୍ଥାନୀୟ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିନ୍ଦ୍ୱନ୍ଦ୍ୱିତା କରିଥିଲେ ଜଣେ ଭାଜପା କର୍ମକର୍ତ୍ତା। କୌତୁହଳର କଥା ହେଲା, ତାଙ୍କ ପରିବାରରେ ୫ ସଦସ୍ୟ ଥିବା ବେଳେ ତାଙ୍କୁ ମାତ୍ର ଗୋଟିଏ ଭୋଟ ମିଳିଛି। ଏଥି ଲାଗି ଟୁଇଟରରେ ଟ୍ରେଣ୍ଡ କରୁଛି #ସିଙ୍ଗଲ_ଭୋଟ_ଭାଜପା।

ଡି. କାର୍ତ୍ତିକ ତାମିଲନାଡୁର କୋଏମ୍ବାଟୁର ଜିଲାରେ ପେରିୟାନାଇକେପଲାୟମ ପଞ୍ଚାୟତର ଓ୍ବାର୍ଡ ମେମ୍ବର ନିର୍ବାଚନରେ ଛିଡ଼ା ହୋଇଥିଲେ। ନିର୍ବାଚନରେ ଏଭଳି ଫଳାଫଳ ଉପରେ ଭାଜପାର ଯୁବ ଶାଖାର ଜିଲା ଉପ ସଭାପତି ପଦରେ ଥିବା କାର୍ତ୍ତିକ କହିଛନ୍ତି, ମୁଁ ଭାଜପା ପାଇଁ ଛିଡ଼ା ହୋଇ ନ ଥିଲି। ମୁଁ ନିର୍ବାଚନରେ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବେ କାର ଚିହ୍ନରେ ଛିଡ଼ା ହୋଇଥିଲି। ମୋ ପରିବାର ୪ ସଦସ୍ୟ। ସେମାନେ ପଞ୍ଚାୟତର ୪ ନଂ ଓ୍ବାର୍ଡରେ ଭୋଟ ଦେଇଛନ୍ତି। ପ୍ରତିଦ୍ୱନ୍ଦ୍ୱିତା କରିଥିବା ୯ ନଂ ଓ୍ବାର୍ଡରେ ମୋର ମଧ୍ୟ ଭୋଟ ଦେବାର ଅଧିକାର ନ ଥିଲା। ଆଉ ମୋତେ ସୋସିଆଲ ମିଡିଆରେ ମିଛରେ ଟ୍ରୋଲ କରାଯାଉଛି। ଉଲ୍ଲେଖଯୋଗ୍ୟ, ଚଳିତ ୬ ଓ ୯ ତାରିଖରେ ରାଜ୍ୟର ସମସ୍ତ ଓ୍ବାର୍ଡ ମେମ୍ବରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri