Posted inଜାତୀୟ

ପ୍ରଧାନମନ୍ତ୍ରୀ କାହିଁକି ଚୁପ୍‌: ଖାର୍ଗେଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୬।୬ : ବିଦେଶ ଗସ୍ତରୁ ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭେଟିଛନ୍ତି। ମଣିପୁରର ପରିସ୍ଥିତି ସମ୍ପର୍କରେ ଶାହା ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି। ତେବେମଣିପୁର ହିଂସା ପ୍ରସଙ୍ଗରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ନିଜ ପ୍ରତିକ୍ରିୟା ରଖିଛନ୍ତି। ଖାର୍ଗେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ମଣିପୁର ଉପରେ ୫୫ ଦିନ ଧରି କୌଣସି ଶବ୍ଦ କହି ନାହାଁନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀଙ୍କ ପାଖରେ ୫ଟି ଦାବି କରିଛନ୍ତି, ଯେଉଁଥିରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବରଖାସ୍ତ ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀଙ୍କର ‘ମଣିପୁର କି ବାତ’ ଶୁଣିବାକୁ ସାରା ଦେଶ ଅପେକ୍ଷା କରିଛି।

ଯଦି ମୋଦି ପ୍ରକୃତରେ ମଣିପୁର ବିଷୟରେ କିଛି ଭାବନ୍ତି, ତେବେ ସର୍ବପ୍ରଥମେ ସେ ମୁଖ୍ୟମନ୍ତ୍ରୀଙ୍କୁ ବରଖାସ୍ତ କରିବା ଉଚିତ।
ସନ୍ତ୍ରାସବାଦୀ ସଂଗଠନ ଏବଂ ସାମାଜିକ ବିରୋଧୀ ଉପାଦାନରୁ ଚୋରି ହୋଇଥିବା ଅସ୍ତ୍ରଶସ୍ତ୍ର ଜବତ କରିବା ଆବଶ୍ୟକ।
ସମସ୍ତ ଦଳ ସହିତ ଆଲୋଚନା ଆରମ୍ଭ କରନ୍ତୁ ଏବଂ ଏକ ସାଧାରଣ ରାଜନୈତିକ ରାସ୍ତା ଖୋଜନ୍ତୁ।
ସୁରକ୍ଷା ବାହିନୀ ସହାୟତାରେ ଅବରୋଧ ଶେଷ କରନ୍ତୁ। ଜାତୀୟ ରାଜପଥକୁ ଖୋଲା ଏବଂ ସୁରକ୍ଷିତ ରଖି ଅତ୍ୟାବଶ୍ୟକ ଦ୍ରବ୍ୟର ଉପଲବ୍ଧତା ନିଶ୍ଚିତ କରନ୍ତୁ ।
ପ୍ରଭାବିତ ଲୋକଙ୍କ ପାଇଁ ରିଲିଫ, ପୁନର୍ବାସ ଏବଂ ଜୀବିକା ପାଇଁ ଏକ ପ୍ୟାକେଜ ବିଳମ୍ବ ନକରି ପ୍ରସ୍ତୁତ କରାଯିବା ଉଚିତ ବୋଲି ଖାର୍ଗେ ଦାବି କରିଛନ୍ତି। ଘୋଷିତ ରିଲିଫ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ ।

ମଣିପୁର ହିଂସାରେ ଭାଜପା ଏବଂ ମୋଦି ସରକାରଙ୍କ ବିଫଳତାକୁ ଅଣଦେଖା କରାଯାଇ ପାରିବ ନାହିଁ। ଏଥି ସହିତ କଂଗ୍ରେସର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ଏହା ଲେଖାଯାଇଛି ନରେନ୍ଦ୍ର ମୋଦି ଜୀ, ଯଦି ଆପଣ ବିଦେଶ ଯାତ୍ରା କରିବା ପରେ ଖାଲି ସମୟ ପାଇଛନ୍ତି, ତେବେ ମଣିପୁର ପ୍ରତି କିଛି ଧ୍ୟାନ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri